ଜନ୍ମ ହେଉ ହେଉ ଓଟିରୁ ଛୁଆ ଗାଏବ; ହସ୍ପିଟାଲରେ ମୁଣ୍ଡ ପିଟୁଛି ମା`
Child missing: ସେଠାରେ ତାଙ୍କର ଏକ ପୁଅ ଜନ୍ମ ହୋଇଥିଲା। ଉକ୍ତ ସମୟରେ ସୁଧିସ୍ମିତାଙ୍କ ନିକଟରେ ପରିବାର ଲୋକେ କେହି ନ ଥିଲେ। କିଛି ସମୟ ପରେ ପରିବାର ଲୋକେ ପହଞ୍ଚି ପ୍ରସବ ହୋଇ ସାରିଥିବା ଶୁଣିବାକୁ ପାଇଥିବା ବେଳେ ଛୁଆକୁ କିନ୍ତୁ ପାଇ ନ ଥିଲେ। ଛୁଆ ମେଡିକାଲରୁ ଗାଏବ ହୋଇ ସାରିଥିଲା। ଏନେଇ ପରିବାର ଲୋକେ ହୋହଲ୍ଲା କରିବାକୁ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି।
ଭୁବନେଶ୍ଵର: ନୟାଗଡ଼ରେ ମେଡିକାଲରୁ ଶିଶୁପୁତ୍ର ଚୋରି । ରଣପୁର ବ୍ଲକ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ଶିଶୁପୁତ୍ର ଚୋରି ଅଭିଯୋଗ ହୋଇଛି। ଜନ୍ମ ହେବାର କିଛି ସମୟ ପରେ ଶିଶୁପୁତ୍ରକୁ ପାଉନାହାନ୍ତି ପରିବାର ଲୋକ। ଫଳରେ ମୁଣ୍ଡ ପିଟି କାନ୍ଦୁଥିବା ମା’ ନିଜ ଛୁଆକୁ ଫେରାଇ ଦେବାକୁ ଗୁହାରୀ କରୁଛି। ଘଟଣାର ଛାନଭିନ ଆରମ୍ଭ ହୋଇଥିବା ବେଳେ କିଏ ନେଇଗଲା ଛୁଆ ତାହାର ଆରମ୍ଭ ହୋଇଛି ତଦନ୍ତ।
ତେବେ ବୋଲଗଡ଼ ଗୋଡ଼ଭଙ୍ଗା ଗାଁର ବିଜୟ କୁମାର ପରିଡ଼ାଙ୍କ ପତ୍ନୀ ସୁଧିସ୍ମିତା ପରିଡ଼ା ପ୍ରସବଜନିତ ଯନ୍ତ୍ରଣା ଭୋଗିବାରୁ ଗତକାଲି ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଆଜି ସକାଳେ ତାଙ୍କୁ ଓଟିକୁ ନିଆଯାଇଥିଲା। ସେଠାରେ ତାଙ୍କର ଏକ ପୁଅ ଜନ୍ମ ହୋଇଥିଲା। ଉକ୍ତ ସମୟରେ ସୁଧିସ୍ମିତାଙ୍କ ନିକଟରେ ପରିବାର ଲୋକେ କେହି ନ ଥିଲେ। କିଛି ସମୟ ପରେ ପରିବାର ଲୋକେ ପହଞ୍ଚି ପ୍ରସବ ହୋଇ ସାରିଥିବା ଶୁଣିବାକୁ ପାଇଥିବା ବେଳେ ଛୁଆକୁ କିନ୍ତୁ ପାଇ ନ ଥିଲେ। ଛୁଆ ମେଡିକାଲରୁ ଗାଏବ ହୋଇ ସାରିଥିଲା। ଏନେଇ ପରିବାର ଲୋକେ ହୋହଲ୍ଲା କରିବାକୁ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି।