ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
Advertisement
Article Detail0/zeeodisha/odisha2373224

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Cm grievance: ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। 

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୧୨ତାରିଖ ଅର୍ଥାତ୍ ସୋମବାରରେ ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣଇ ବନ୍ଦ ରହିଥିଲା। ତା ପୂର୍ବରୁ ଗତ ଜୁଲାଇ ୨୨ତାରିଖ, ପୁର୍ବରୁ ଜୁଲାଇ ୮ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ହୋଇଥିଲା। ଚଳିତ ବର୍ଷ ରଥଯାତ୍ରା ଦୁଇଦିନ ଧରି ଚାଲିଥିବାରୁ ସେଥିପାଇଁ ଜୁଲାଇ ୭ ଓ ୮ ତାରିଖକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛୁଟି ଘୋଷଣା କରିଥିଲେ। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇ ଥିବାରୁ ସେହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିଲା।