ଭୁବନେଶ୍ୱର: ବରଗଡ ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।


COMMERCIAL BREAK
SCROLL TO CONTINUE READING

ଏହା ସହିତ ଗୁରୁତର ଆହତ ହୋଇଥିବା  ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବରଗଡ଼ ସହିତ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ୨ ଜଣଙ୍କ ର ବଜ୍ରପାତରେ ପ୍ରାଣ ହାନୀ ଘଟିଛି। ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ମଧ୍ୟ ଶୋକ ପ୍ରକାଶ କରିବା ସହିତ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି।


Also Read- ଅନୁପମ ପଟ୍ଟନାୟକଙ୍କ ଆଗାମୀ ଚଳଚ୍ଚିତ୍ର "କର୍ମ"ରେ ସୁପରଷ୍ଟାର ଅନୁଭବ ମହାନ୍ତି


Also Read- Love Story: ମୁସଲିମ ଝିଅ ସମ୍ରିନ ହେଲେ ସୁମନ, ଧରିଲେ ହିନ୍ଦୁ ଯୁବକଙ୍କ ହାତ