ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କିନ୍ତୁ, ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି।
Trending Photos
)
ଭୁବନେଶ୍ୱର: ଦୁର୍ଗା ମେଢ ଭସାଣୀ ସମୟରେ କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏଥି ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କିନ୍ତୁ, ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି ଏବଂ ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସହରର ଐତିହ୍ୟକୁ ଆହୁରି ଉପରକୁ ନେବା ପାଇଁ ସମସ୍ତେ ମିଳିମିଶି ଶାନ୍ତି ଶୃଙ୍ଖଳାର ସହିତ ଆଗକୁ ବଢନ୍ତୁ ଏବଂ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
Also Read- ଖୁସି ଖବର ! ଦୁର୍ଗାମେଢ଼ ପାଇଁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଦେବେ ସରକାର
Also Read- Weekly Tarot Reading: ନୂଆ ସପ୍ତାହ ୧୨ ରାଶି ପାଇଁ କିପରି ବିତିବ ? ପଢନ୍ତୁ ମେଷଠୁ ମୀନ ରାଶିଫଳ