)
CM Majhi Meets JP Nadda: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ୱାସ୍ଥ୍ୟ ଭିତ୍ତିଭୂମି ଏବଂ ଭବିଷ୍ୟତ ପଦକ୍ଷେପ ବିଷୟରେ ଆଲୋଚନା କରିଥିଲେ।
ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହାର ସୂଚନା ଦେଇଛି। ମୁଖ୍ୟମନ୍ତ୍ରୀ ସୋସିଆଲ୍ ମିଡିଆ ପ୍ଲାଟଫର୍ମ X (ପୂର୍ବ ଟ୍ୱିଟର୍) ରେ ଲେଖିଛନ୍ତି, "ଆଜି ନୂଆଦିଲ୍ଲୀରେ ଆମ ଦଳର ମାନ୍ୟବର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ମିଳିଲା । ଏହି ଅବସରରେ ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରାଗଲା । ମାନ୍ୟବର ନଡ୍ଡା ଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ଆମକୁ ଅଧିକ ଉତ୍ସାହ ସହ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ ।"

ଏହି ବୈଠକ ଓଡ଼ିଶାରେ ସ୍ୱାସ୍ଥ୍ୟସେବା ସେବାକୁ ଉନ୍ନତ କରିବା ଏବଂ ରାଜ୍ୟର ବିକାଶ ଏଜେଣ୍ଡାକୁ ଆଗକୁ ନେବା ପାଇଁ ଦଳର ସଂକଳ୍ପକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି।