ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି।


COMMERCIAL BREAK
SCROLL TO CONTINUE READING

ମୁଖ୍ୟମନ୍ତ୍ରୀ କହିଲେ ଯେ ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Also Read- Mangal Gochar 2024: ୨ ସପ୍ତାହ ପର୍ଯ୍ୟନ୍ତ ଚିନ୍ତାରେ ରହିବେ ଏହି ୫ରାଶିର ବ୍ୟକ୍ତି


Also Read- Lucky Zodiac Sign: ଅଗଷ୍ଟ ୧୧ରେ ଦ୍ୱିପୁଷ୍କର ଯୋଗର ଶୁଭ ସମକକ୍ଷ, ୫ଟି ରାଶିର ଭାଗ୍ୟ ଉଜ୍ୱଳ