Bhubaneswar: ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୩୯ କୋଟି...
Advertisement
Article Detail0/zeeodisha/odisha1900303

Bhubaneswar: ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୩୯ କୋଟି...

Bhubaneswar​: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ୍ ଗଠନ କରାଯାଇ ସେ ସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା। ବୈଷୟିକ ଟିମ୍ ସେସବୁ ଅଞ୍ଚଳରେ ୪୨୯ଟି ରାସ୍ତା ଯାହା ୮୨ କି.ମି.ରୁ ଉର୍ଦ୍ଧ୍ୱ ଅଞ୍ଚଳ ପରିମିଟ ତାକୁ ଚିହ୍ନଟ କରି ଉନ୍ନତିକରଣ ଓ ବିଦ୍ୟୁତିକରଣ ପାଇଁ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ପାଇବା ପରେ 5T ସଚିବ (V.K Pandian) ସମ୍ପୃକ୍ତ ଆବାସିକ କଲୋନୀ ଗୁଡିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ଅଞ୍ଚଳର ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ। 

ସୌ(ସୋସିଆଲ ମିଡିଆ)

Bhubaneswar​: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ବୁଧବାର ଦିନ ଭୁବନେଶ୍ୱର, ବାଲିଅନ୍ତା (Balianta) ଓ ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ (Road Project) ଅନୁମୋଦନ କରିଛନ୍ତି ।

ସୂଚନା ଅନୁଯାୟୀ, ଗତ ଅଗଷ୍ଟ ମାସରେ 5T ସଚିବ ଭି.କେ. ପାଣ୍ଡିଆନଙ୍କ (V.K Pandian) ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ ଭେଟି ଆବାସିକ କଲୋନୀ (Residential Colony )ଗୁଡିକର ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା ପ୍ରତି ଦୃଷ୍ଟି ଆକର୍ଷଣ କରିବା ସହ ସମସ୍ୟାର ସମାଧାନ ପାଇଁ ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। ଏ ସମ୍ପର୍କରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ୍ ଗଠନ କରାଯାଇ ସେ ସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା। ବୈଷୟିକ ଟିମ୍ (Technical team) ସେସବୁ ଅଞ୍ଚଳରେ ୪୨୯ଟି ରାସ୍ତା ଯାହା ୮୨ କି.ମି.ରୁ ଉର୍ଦ୍ଧ୍ୱ ଅଞ୍ଚଳ ପରିମିଟ ତାକୁ ଚିହ୍ନଟ କରି ଉନ୍ନତିକରଣ ଓ ବିଦ୍ୟୁତିକରଣ ପାଇଁ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ପାଇବା ପରେ 5T ସଚିବ (V.K Pandian) ସମ୍ପୃକ୍ତ ଆବାସିକ କଲୋନୀ ଗୁଡିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ଅଞ୍ଚଳର ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ। ତଦନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ୪୨୯ଟି ରାସ୍ତା ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର (Smart City Bhubaneswar) ନିକଟ ଅତୀତରେ ଦ୍ରୁତ ପରିବର୍ଦ୍ଧିତ ହୋଇ ଜଟଣୀ (Jatani) ଓ ବାଲିଅନ୍ତା (Balianta) ଅଞ୍ଚଳକୁ ପରିବ୍ୟାପ୍ତ ହୋଇଛି। ସେସବୁ ଅଞ୍ଚଳରେ ବହୁ ଆବାସିକ କଲୋନୀ ଗଢି ଉଠିଛି। ଆବାସିକ କଲୋନୀ (Residential Colony) ଗୁଡିକରେ ଆଭ୍ୟନ୍ତରୀଣ ରାସ୍ତା ଓ ବିଦ୍ୟୁତିକରଣ ସମସ୍ୟା ଦୀର୍ଘ ଦିନର ଦାବି ଥିଲା।

Also Read-Puri Jagannath Temple: ଗୁରୁବାର ହେବ ଶ୍ରୀଜିଉଙ୍କ ବନକଲାଗି ନୀତି, ଜାଣନ୍ତୁ କ’ଣ ରହିଛି ଏହାର ମାହାତ୍ମ୍ୟ

ପ୍ରକାଶ ଥାଉ ଯେ, ୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି। ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତିକରଣ କାର୍ଯ୍ୟ କରାଯିବ। ଏହିସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ। ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।