ଟାଙ୍ଗର ମୁଣ୍ଡା ରାସ୍ତା ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Advertisement
Article Detail0/zeeodisha/odisha2015498

ଟାଙ୍ଗର ମୁଣ୍ଡା ରାସ୍ତା ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ତିନି ଲକ୍ଷ  ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଦେଇଛନ୍ତି ।

ଟାଙ୍ଗର ମୁଣ୍ଡା ରାସ୍ତା ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen patnaik) ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି ।

Also Read- ୬ଶହ ଟଙ୍କାରେ ସରକାର ଦେଉଛନ୍ତି LPG ସିଲିଣ୍ଡର, କିପରି ଲାଭ ପାଇବେ ଜାଣନ୍ତୁ

Also Read- ରାସ୍ତାରେ ଅଳିଆ ପକାଇବା ପଡିଲା ମହଙ୍ଗା, ୫୦ହଜାର ଜରିମାନା ପକାଇଲା BMC