ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2012397

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ

୨୦୨୪ ଜାନୁଆରୀ ୧ରୁ ୨୦୨୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବଢିଲା । ୧୦ ଲକ୍ଷ ହିତାଧିକାରୀ ମାସକୁ ୫ କେଜି ଲେଖାଏଁ ମାଗଣା ଚାଉଳ ପାଇବେ । ଏଥିରେ ଖର୍ଚ୍ଚ ହେବ ୧୨୫୦ କୋଟି ଯାହାକୁ ରାଜ୍ୟ ସରକାର ବହନ କରିବେ ।

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen patnaik) ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।

ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

Also Read-  ମାଛ ଏବଂ ମାଂସ ଦୋକାନରେ ଏନଫୋର୍ସମେଣ୍ଟ ଟିମର ଚଢାଉ