ଭୁବନେଶ୍ବର: ବସ୍ତିବାସିନ୍ଦା ଓଠରେ ଫୁଟିଛି ଖୁସିର ହସ । ସହରାଞ୍ଚଳ ଆବାସ ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen patnaik) ୩ଟି ଆବାସ ପ୍ରକଳ୍ପକୁ ଉଦ୍ଘାଟନ କରି ଜନସାଧାରଣଙ୍କୁ ଭେଟି ଦେଇଛନ୍ତି । ବସ୍ତି ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଆବାସ ଚାବି ହସ୍ତାନ୍ତର କରିଛନ୍ତି । ରାଜଧାନୀର ୩ଟି ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ଚନ୍ଦ୍ରଶେଖରପୁର, ଶାନ୍ତିନଗର ଓ ସୁବୁଧିପୁରରେ ଏହି ପ୍ରକଳ୍ପ ଉଦ୍ଘାଟିତ ହୋଇଥିବାବେଳେ ଲୋକଙ୍କୁ ସୁଲଭ ମୂଲ୍ୟରେ ବାସଗୃହ ମିଳିଛି ।


COMMERCIAL BREAK
SCROLL TO CONTINUE READING

ଉଭୟ ସରକାରୀ ଓ ଘରୋଇ ଭାଗିଦାରିତାରେ ଏହି ତିନୋଟି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ଚନ୍ଦ୍ରଶେଖରପୁର ବୁଦ୍ଧ ବିହାରରେ ଆବାସ ଯୋଜନା ମାଧ୍ୟମରେ ପାଞ୍ଚ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ସମୁଦାୟ ୨୬ଶହ ବସ୍ତିବାସନ୍ଦାଙ୍କୁ ଆଗକୁ ଘର ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ବର୍ତ୍ତମାନ ସୁଧା ୮୨୦ଟି ଘର ନିର୍ମାଣ ସଂପୂର୍ଣ୍ଣ ହୋଇସାରିବା ପରେ ତାହାକୁ ବିଡିଏ (BDA)କୁ ହସ୍ତାନ୍ତର କରାଯାଇଛି । ଉକ୍ତ ଫ୍ଲାଟ ମଧ୍ୟରୁ ୩୦୩ ଜଣ ହିତାଧିକାରୀଙ୍କୁ ଘର ଆଲର୍ଟ କରାଯାଇଛି ବୋଲି ସୂଚନା ରହିଛି । ବିଭିନ୍ନ ବସ୍ତିରୁ ଉଚ୍ଛେଦ ହେବା ପରେ ଟ୍ରାନଜିଟ ହାଉସରେ ରହୁଥିବା ଲୋକଙ୍କ ସହ ବିଭିନ୍ନ ବସ୍ତିବସିନ୍ଦାଙ୍କୁ ଏଠାରେ ଘର ପ୍ରଦାନ କରାଯିବ । ଆବାସ ଯୋଜନାରେ ବିଏମସି ପକ୍ଷରୁ ହିତାଧିକାରୀଙ୍କୁ ଚୟନ କରାଯାଉଛି । ନିର୍ମାଣ ହୋଇଥିବା ଘରେ ଗୋଟିଏ ପରିବାର ଆରାମରେ ଚଳିବା ଭଳି ବ୍ୟବସ୍ଥା ରହିଛି । ଆପାର୍ଟମେଣ୍ଟରେ ଢଙ୍ଗରେ ସବୁ ପ୍ରକାରର ସୁବିଧା ସୁଯୋଗ ଏଥିରେ ରହିଛି ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରର ବିକାଶରେ ବସ୍ତିଲୋକଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମୁଖ୍ୟମନ୍ତ୍ରୀ  କହିଥିଲେ  ଯେ  ଗରିବ ଲୋକମାନଙ୍କୁ ନୂଆ ଘର ଭଲ ଘର ଯୋଗାଇ ଦେଇ ସେ ବହୁତ ଖୁସି ଅଛନ୍ତି । ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖରପୁର ବୁଦ୍ଧବିହାର ଯାଇ ସେଠାରେ ସୁଲଭ ବାସଗୃହ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ। ସହରାଞ୍ଚଳରେ ‘ସମସ୍ତଙ୍କ ପାଇଁ ଘର’ କାର୍ଯ୍ୟକ୍ରମରେ  ଏହି ପ୍ରକଳ୍ପଟି ୫ ମହଲା ବିଶିଷ୍ଟ ଏବଂ ଏହା ୧୨ ଏକର ଜମିରେ ନିର୍ମାଣ କରାଯାଇଛି। ଏଥିରେ ୮୨୦ଟି ଘର ସମ୍ପୁର୍ଣ୍ଣ ହୋଇ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଉଛି । ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କ ପାଇଁ ସମୁଦାୟ  ୨୬୦୦ଟି ଘର ନିର୍ମାଣର ଲକ୍ଷ୍ୟ ରଖାଯାଇଛି। 

 

ସେହପରି ସତ୍ୟନଗର ଶାନ୍ତିପାଲିଠାରେ ବସ୍ତି ପୁନଃଉନ୍ନୟନ ଯୋଜନାରେ (In Situ Slum Redevelopment Project) ସମୁଦାୟ ୧୩୦୦ଟି ଘର ନିର୍ମାଣ କରାଯାଉଛି। Bhubaneswar Town Centre District (BTCD) ଅଞ୍ଚଳରେ ଥିବା ବସ୍ତି ଅଞ୍ଚଳ ଗୁଡିକର ରୂପାନ୍ତର ଲକ୍ଷ୍ୟରେ ଏହା ହେଉଛି ପ୍ରଥମ ପ୍ରକଳ୍ପ। ୫୬୦ଟି ଘର ନିର୍ମାଣ କରାଯାଇ ହିତାଧିକାରୀଙ୍କୁ ଆବଣ୍ଟନ କରାଯାଇଛି।  ସୁବୁଦ୍ଧିପୁରରେ ସୁଲଭ ବାସଗୃହ ପ୍ରକଳ୍ପରେ ୩୪୨ଟି ଘର ନିର୍ମାଣ କରାଯାଇ ହିତାଧିକାରୀଙ୍କୁ ଆବଣ୍ଟନ କରାଯାଇଛି । ଏହି ସମସ୍ତ ପ୍ରକଳ୍ପ ଗୁଡିକ ୫ ମହଲା ବିଶିଷ୍ଟ ।  ଏହି ସବୁ ପ୍ରକଳ୍ପ ପାଇଁ ପାନୀୟ ଜଳଯୋଗାଣ, ଡ୍ରେନେଜ୍ ବ୍ୟବସ୍ଥା, ସ୍ୱେରେଜ୍ ବ୍ୟବସ୍ଥା, ରାସ୍ତା ଆଲୋକୀକରଣ, ଦୋକାନ ଘର ସହିତ ପାଠାଗାର, ରିଡିଙ୍ଗ ରୁମ୍, ଡିସ୍‌ପେନ୍‌ସରି ଆଦି ଅନେକ ସୁବିଧାର ବ୍ୟବସ୍ଥା କରାଯାଇଛି।

 

ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୃହ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ, ଡେପୁଟି ମେୟର, ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ  ଏବଂ ବି.ଏମ୍.ସି, ବି.ଡି.ଏ. ଗୃହ ନଗର ଉନ୍ନୟନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉଭୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Also Read- ଡିବିରି ଆଲୁଅରେ ଗାଁ, ନାହିଁ ବିଦ୍ୟୁତ ସେବା, ପାଠ ପଢା ମୁଖ୍ୟ ସମସ୍ୟା !


Also Read- World Cup 2023: ଭାରତ ହାରିବା ପରେ କଂଗ୍ରେସ ନେତା ରାହୁଲ୍ ଗାନ୍ଧୀ କହିଲେ ଏମିତି...