ଭୁବନେଶ୍ବର: ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ଅଞ୍ଚଳର ସ୍ବର୍ଗତ ମଲ୍ଲିକ ଦେଶର ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେଇ ବହୁ ବାର କାରାବରଣ କରିଥିଲେ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ସ୍ବର୍ଗତ ମଲ୍ଲିକ ନିଜକୁ ସର୍ବଦା ରଚନାତ୍ମକ କାର୍ଯ୍ୟରେ ନିୟୋଜିତ ରଖିଥିଲେ । କେନ୍ଦ୍ରାପଡା ଜିଲ୍ଲାର ଜଣେ ବିଶିଷ୍ଟ ସମାଜ ସେବୀ ଭାବେ ମଧ୍ୟ ତାଙ୍କର ବିଶେଷ ସୁନାମ ରହିଥିଲା।


COMMERCIAL BREAK
SCROLL TO CONTINUE READING

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମଲ୍ଲିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତା ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।


Also Read- ଭିଡିଓରେ ସଫେଇ ଦେଲେ କାମିୟା 'ବିଫ୍ ଖାଏନି', ପ୍ରତିକ୍ରିୟା ପରେ ପୁଣି ଝଡ଼


Also Read- Year Ender 2023: ଏହି ବର୍ଷ ଧମାଲ ମଚାଇଥିଲା ଏହି ୪ଟି ସ୍ମାର୍ଟଫୋନ, ଦାମ ୧୫ହଜାରରୁ କମ