ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ନୂଆଁଖାଇର ପବିତ୍ର ଅବସରରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ଦର୍ଶନ କରିବା ସହ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ଆଜି ସମ୍ବଲପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ପରେ ନବାନ୍ନ ଖାଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଆଜି ଅପରାହ୍ନ ସାଢେ ୪ଟାରେ ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। 


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ସହିତ ତାଙ୍କ ଧର୍ମପତ୍ନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ବସି ନୂଆଁ ଖାଇଥିଲେ। 


https://x.com/CMO_Odisha/status/1832725182563353071?t=4AM1YecGdgNhXGnY9Jf3Qg&s=08