Ratha Jatra 2024: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ୱତନ୍ତ୍ର ବସ୍ ସେବା
Advertisement
Article Detail0/zeeodisha/odisha2323157

Ratha Jatra 2024: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ୱତନ୍ତ୍ର ବସ୍ ସେବା

Ratha Jatra 2024 Special Bus Service: ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ (୭ ଜୁଲାଇ) ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ଏକ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। 

 

Ratha Jatra Special Bus Service

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ (୭ ଜୁଲାଇ) ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ଏକ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରୀ ରହିବ । ନିୟମିତ ଭାବରେ ଏହି ରୁଟ୍ ବସ୍ ଗୁଡ଼ିକ କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କାକଟପୁରରୁ ତାଳବଣିଆ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ରଥଯାତ୍ରା ସ୍ୱତନ୍ତ୍ର ବସ୍ ଏବଂ ଏହାର ସମୟ ସାରଣୀ ନିମ୍ନରେ ପ୍ରଦାନ କରାଯାଇଛି ।

ରୁଟ୍ ୫୦ ଏକ୍ସପ୍ରେସ୍‌: ଭୁବନେଶ୍ୱର ରେଳ ଷ୍ଟେସନ୍‌- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୧ ଏକ୍ସପ୍ରେସ୍‌: ବରମୁଣ୍ଡା ବିଏସ୍‌ଏବିଟି - ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୩ ଏକ୍ସପ୍ରେସ୍ (ସଟଲ୍ ସର୍ଭିସ): ମାଳତିପାଟପୁର ବସ୍ ଷ୍ଟାଣ୍ଡ୍ - ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୪ ଏକ୍ସପ୍ରେସ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୁ) କଟକ- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୬ ଏକ୍ସପ୍ରେସ: ଖୋର୍ଦ୍ଧା - ତାଳବଣିଆ ବସ୍ ଷ୍ଟାଣ୍ଡ୍ (ଭାୟା ଜଟଣୀ)
ରୁଟ୍ ୫୭ ଏକ୍ସପ୍ରେସ: ତାଳବଣିଆ ବସ୍ ଷ୍ଟାଣ୍ଡ୍ - କାକଟପୁର,ପୁରୀ (ଭାୟା ନିୟୁ ମେରାଇନ୍ ଡ଼୍ରାଇଭ୍‌, କୋଣାର୍କ) 
ରୁଟ୍ ୫୮ ଏକ୍ସପ୍ରେସ: ଜଗତପୁର, କଟକ - ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୯ ଏକ୍ସପ୍ରେସ: ମହାନଦୀ ବିହାର, କଟକ - ତାଳବଣିଆ ବସ୍ ଷ୍ଟାଣ୍ଡ୍‌

ଶ୍ରଦ୍ଧାଳୁମାନେ ପ୍ରଭୁ ଜଗନ୍ନାଥ ଧାମକୁ ଏସି ବସ୍ ଫ୍ଲାଟ୍ ୧୦୦ ଟଙ୍କା, ନନ୍ ଏସି ୮୦ ଟଙ୍କା, ସଟଲ୍ ବସ୍ ସେବା ଫ୍ଲାଟ୍ ୨୦ ଟଙ୍କା ଟିକେଟ୍ ମୂଲ୍ୟରେ ଯାତାଯତ କରିପାରିବେ ।

ଏଇ(ଏୟାର୍‌ପୋର୍ଟ ଏକ୍ସପେସ୍‌)୧, ଏଇ୨, ୫୨, ୬୦ ଏବଂ ୬୧ ନମ୍ବର ରୁଟ୍ ଗୁଡ଼ିକରେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ ପର୍ଯ୍ୟନ୍ତ କ୍ରୁଟ୍ ବସ୍ ସେବା ସ୍ଥଗିତ ରହିବ । କିନ୍ତୁ ୧୦ରୁ ୧୪ ତାରିଖ ମଧ୍ୟରେ ପୂର୍ବଭଳି ରୁଟ୍ ଗୁଡ଼ିକରେ ବସ୍ ଚାଲୁ ରହିବ ।

ଏହାଦ୍ୱାରା ଶ୍ରଦ୍ଧାଳୁମାନେ ସୁବିଧାରେ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିପାରିବେ । ଯାତ୍ରୀମାନଙ୍କ ଯାତାୟତ ନିମନ୍ତେ କ୍ରୁଟ୍ ବସ୍ ନିୟମିତ ବ୍ୟବଧାନରେ ଦିନ ତମାମ ଚାଲୁ ରହିବ । ଏହି ସ୍ୱତନ୍ତ୍ର ବସ୍ ସେବା ଏବଂ ସମୟ ସୂଚୀ ବିଷୟରେ କ୍ରୁଟ୍ ସାମାଜିକ ଗଣମାଧ୍ୟମରୁ ଅଧିକ ସୂଚନା ପାଇପାରିବେ ।