Advertisement
Article Detail0/zeeodisha/odisha2297308
Zee OdishaOdisha StateCurfew: ବାଲେଶ୍ୱରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

Curfew: ବାଲେଶ୍ୱରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଭୁବନେଶ୍ୱର: ବାଲେଶ୍ୱର ସହରରେ ଲାଗୁ ହେଲା କର୍ଫ୍ୟୁ। ଗତକାଲି ଠାରୁ ଅଶାନ୍ତ ହୋଇ ପଡ଼ିଥିବା ବାଲେଶ୍ୱର ସହରରେ ଶାନ୍ତି ଫେରାଇ ଆଣିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରୟାସ କରାଯାଉଛି। ଅଶାନ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି। ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି କର୍ଫ୍ୟୁ ଲାଗୁ କ

Curfew: ବାଲେଶ୍ୱରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

Curfew: ଭୁବନେଶ୍ୱର: ବାଲେଶ୍ୱର ସହରରେ ଲାଗୁ ହେଲା କର୍ଫ୍ୟୁ। ଗତକାଲି ଠାରୁ ଅଶାନ୍ତ ହୋଇ ପଡ଼ିଥିବା ବାଲେଶ୍ୱର ସହରରେ ଶାନ୍ତି ଫେରାଇ ଆଣିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରୟାସ କରାଯାଉଛି। ଅଶାନ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି। ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି କର୍ଫ୍ୟୁ ଲାଗୁ କରାଯାଇଥିବା ନେଇ ସୂଚନା ଦେଇଛନ୍ତି। 

ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତି ପ୍ରାୟ ୨ଟା ବେଳେ ବାଲେଶ୍ୱର ଟାଉନ ଥାନାରେ ବସିଥିଲା ଜରୁରୀ ବୈଠକ। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ, ସଦର ବିଧାୟକ ମାନସ ଦତ୍ତ, ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେ ଏବଂ ବାଲେଶ୍ବର ଏସପି ସାଗରିକା ନାଥ ପ୍ରମୁଖ ଏହି ବୈଠକରେ ଉପସ୍ଥିତ ରହି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ ଗତ ରାତିଠୁ କର୍ଫ୍ୟୁ ଜାରି ହୋଇଛି। 

 

Add Zee News as a Preferred Source

କର୍ଫ୍ୟୁ କଟକଣା ସମୟରେ ଦୋକାନ ବଜାର ଓ ସ୍କୁଲ କଲେଜ ସମେତ ସମସ୍ତ ବାଣିଜ୍ୟିକ ପ୍ରତିଷ୍ଠାନ ବନ୍ଦ ରହିବ। ସମ୍ବେଦନଶୀଳ ଅଞ୍ଚଳରେ ଇଣ୍ଟରନେଟ ବି ବନ୍ଦ ରହିବ। ଏଥିସହ ଲୋକଙ୍କୁ ଘରୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ ପ୍ରଶାସନ।

About the Author