Cyclone Update: ବଙ୍ଗୋପସାଗରରେ ପୁଣି ଦେଖାଦେଲାଣି ବାତ୍ୟା ଭୟ। ଦକ୍ଷିଣ ଆଣ୍ଡାମାନ ସାଗରରରେ ସୃଷ୍ଟ ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଭାରତୀୟ ପାଣିପାଗ ବିଭାଗର ଆାକଳନ ଅନୁସାରେ ଆଜି ଏହି ଅବପାତ ତୀବ୍ର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ସମୁଦ୍ର ମଧ୍ୟରେ ଆାସନ୍ତା ୧ ତାରିଖ ବେଳକୁ ଏହା ଏକ ସାମୁଦ୍ରିକ ଝଡ଼ର ରୂପ ନେବାର ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ମିଗଜାଉନ୍ ରଖାଯିବ ବୋଲି ସୂଚନା ରହିଛି । 


COMMERCIAL BREAK
SCROLL TO CONTINUE READING