ଭୁବନେଶ୍ଵର: ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା। ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ। ଏଥିପାଇଁ ସମସ୍ତଙ୍କର ଆବେଦନ ପତ୍ର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। 


COMMERCIAL BREAK
SCROLL TO CONTINUE READING

ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ଲକ୍ଷରେ ପହଞ୍ଚିଲାଣି ସୁଭଦ୍ରା ଆବେଦନାକୀରଙ୍କ ସଂଖ୍ୟା। ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍‌ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସଂଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ୫ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଗୋଟିଏ ମୋବାଇଲ୍‌ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି । ଡିସେମ୍ବରରେ ପୁଣି ମିଳିବ ଚତୁର୍ଥ ପର୍ଯ୍ୟାୟ ଟଙ୍କା।