ପୁରୀ: ନୂଆ ପୁଲିସ ଡିଜି ଭାବେ ଓ୍ବାଇ. ବି. ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟ ବରିଷ୍ଠ ପୁଲିସ ଅଧିକାରୀ ମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରିଥିଲେ।


COMMERCIAL BREAK
SCROLL TO CONTINUE READING

ଏହି ଅବସରରେ ଶ୍ରୀ ଖୁରାନିଆ କହିଛନ୍ତି ଯେ, ଶ୍ରୀମନ୍ଦିର ସୁରକ୍ଷାକୁ ପ୍ରାଥମିକତା ଦେବା ସହ ଭକ୍ତଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ। ଖୁବଶୀଘ୍ର ଶ୍ରୀମନ୍ଦିର ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି।