ଯାଜପୁର: ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ। ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଯାଜପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସୁରକ୍ଷା ମାଗିଛନ୍ତି। ଏଥିପାଇଁ ସେ ଯାଜପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି।  


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ଗଣମାଧ୍ୟମକୁ କହିଛନ୍ତି ଯେ, ସେ ଜଣେ ଲୋକ ପ୍ରତିନିଧି। ଜନସାଧାରଣଙ୍କ କାମ କରିବା ତାଙ୍କର କର୍ତ୍ତବ୍ୟ। ତେଣୁ ସୁରକ୍ଷା ଦରକାର, ପୂର୍ବତନ ବିଧାୟକ ଓ ତାଙ୍କ ସମର୍ଥକମାନେ ଏତେ ପାଗଳ ଓ ରକ୍ତମୁଖା ହୋଇଗଲେଣି ଯେ, ଗୁଳିଚାଳନା ପାଇଁ ମଧ୍ୟ ପଛଘୁଞ୍ଚା ଦେଉନାହାନ୍ତି। ବ୍ଲକ ସଭାପତି ଜଳଧର ମହାନ୍ତି ଏବଂ ଯୁବ ସଭାପତି ଖିତିଶ ନାୟକ କିଛି ଲୋକଙ୍କୁ ଆଣି ଏଭଳି କାର୍ଯ୍ୟ କରିଥିଲେ। ସେମାନଙ୍କ ନାଁରେ ଥାନାରେ ଏତଲା ମଧ୍ୟ ଦିଆଯାଇଛି। ତଥାପି ସେମାନେ ଖୁଲମଖୁଲା ବୁଲୁଛନ୍ତି ବୋଲି କହିଛନ୍ତି।