Diwali 2024: ଆଜି ଆଲୋକର ପର୍ବ ଦୀପାବଳି, ଉତ୍ସବମୁଖର ଗାଁ ଠୁ ସହର
Advertisement
Article Detail0/zeeodisha/odisha2495589

Diwali 2024: ଆଜି ଆଲୋକର ପର୍ବ ଦୀପାବଳି, ଉତ୍ସବମୁଖର ଗାଁ ଠୁ ସହର

Diwali 2024: ଆଜି ଆଲୋକର ପର୍ବ ଦୀପାବଳି।  ଏନେଇ ଉତ୍ସବ ମୁଖର ଗାଁ ଠୁ ସହର। ଭଳିକି ଭଳି ରଙ୍ଗୀନ୍ ଆଲୋକମାଳାରେ ସଜେଇ ହୋଇଛି ପୂରା ଘର ଓ ବିଭିନ୍ନ ଅନୁଷ୍ଠାନ। ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । 

Diwali 2024:  ଆଜି ଆଲୋକର ପର୍ବ ଦୀପାବଳି, ଉତ୍ସବମୁଖର ଗାଁ ଠୁ ସହର

Diwali 2024: ଆଜି ଆଲୋକର ପର୍ବ ଦୀପାବଳି।  ଏନେଇ ଉତ୍ସବ ମୁଖର ଗାଁ ଠୁ ସହର। ଭଳିକି ଭଳି ରଙ୍ଗୀନ୍ ଆଲୋକମାଳାରେ ସଜେଇ ହୋଇଛି ପୂରା ଘର ଓ ବିଭିନ୍ନ ଅନୁଷ୍ଠାନ। ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ ଘରକୁ ଆଲୋକମାଳାରେ ସଜାଇ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି। ଦୀପାବଳି ସାଙ୍ଗକୁ ସାରା ଦେଶରେ ଆରମ୍ଭ ହୋଇଛି ମା କାଳୀଙ୍କ ପୂଜା। ବିଭିନ୍ନ ସ୍ଥାନରେ ମା କାଳୀଙ୍କ ପୂଜା ପାଇଁ ଉତ୍ସବ ମୁଖର ହୋଇଉଠିଛି। ରଙ୍ଗୀନ ଆଲୋକ ମାଳା ସଦୃଶ ତୋରଣ ପୂଜା ମଣ୍ଡପକୁ ବେଶ ଆକର୍ଷିତ କରୁଛି।

ସେପଟେ,  ଆଜିର ଦିନରେ ପିତୃପୁରୁଷଙ୍କ ସ୍ମରଣ କରି ବଡ଼ ବଡିଆ ଡକା ହେବ । ସେପଟେ କାର୍ତ୍ତିକ ମାସ ଅମାବ୍ୟାସା ତିଥି ଯୋଗୁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ଏଥର ଟୁଇନ ସିଟିରେ ରାତି ୯ ଟା ପରେ ଫୁଟାଇ ପାରିବେନି ବାଣ । ତେବେ ଦୀପାବଳି ଅବସରରେ ଦେଶ ତଥା ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣେଇଛନ୍ତି ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ।

ହିନ୍ଦୁ ପରମ୍ପରାରେ ଏହି ପର୍ବର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଭାବେ ଅନ୍ଧକାରକୁ ବିବେଚନା କରାଯାଇଥାଏ। ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ  ଘରକୁ ଆଲୋକମାଳାରେ ସଜାଇ  ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି।  ଅନ୍ଧକାର ଏବଂ ନକାରାତ୍ମକ ଶକ୍ତି ଉପରେ ବିଜୟ ହାସଲ କରିବାକୁ ଆଲୋକର ଆବଶ୍ୟକତା ପଡ଼େ । ତେଣୁ ଅମାବାସ୍ୟାର ଅନ୍ଧକାରକୁ ଦୂର କରିବା  ପାଇଁ ଘରକୁ ଆଲୋକମାଳାରେ ସଜାଯାଏ । 

ଦୀପାବଳିରେ ଦେବୀ ପୂଜା
ଦୀପାବଳିରେ ସମଗ୍ର ଭାରତରେ ଦିବ୍ୟ ଜନନୀଙ୍କର ନାନା ରୂପରେ ପୂଜା କରାଯାଏ। ବଙ୍ଗଳା, ଆସାମ, ଓଡ଼ିଶା ଓ ବିହାରରେ ଦୀପାବଳି ମା କାଳୀଙ୍କ ପୂଜା କରାଯାଏ। କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ମଧ୍ୟ ରାତ୍ରୀରୁ ତାନ୍ତ୍ରିକ ଓ ଶାକ୍ତ ମତରେ ଦେବୀଙ୍କର ପୂଜା ହୁଏ। ମାଟିରେ ତିଆରି ମୂର୍ତ୍ତି ସହ ବିଭିନ୍ନ ଶକ୍ତି ପୀଠରେ ଏହା ପାଳିତ ହୁଏ। ସେହିପରି ଭାରତର ଅନ୍ୟାନ୍ୟ ଅଂଶରେ ଦୀପାବଳୀ ଲକ୍ଷ୍ମୀ ପୂଜାର ସମୟ। ବିଶେଷ କରି, ଉତ୍ତର ଭାରତରେ ମହାଲକ୍ଷ୍ମୀଙ୍କ ରୂପରେ ଦେବୀଙ୍କ ଆରାଧନା କରାଯାଏ। ଏହା ଏହି ସବୁ ଅଞ୍ଚଳରେ ଏକ ମୁଖ୍ୟ ପର୍ବ ରୂପେ ପାଳିତ ହୁଏ । ମିଥିଳା ଓ ନେପାଳରେ ଏହି ପର୍ବରେ ମହାନିଶାଙ୍କ ପୂଜା କରାଯାଏ।

ବଡ଼ବଡ଼ୁଆ ଡାକ
ଓଡ଼ିଶାରେ ଏହି ଦିନ ବଡ଼ବଡୁଆ ଉଦ୍ଦେଶ୍ୟରେ ପିଣ୍ଡ ଦେଇସାରି କାଉଁରିଆ କାଠି ଜାଳନ୍ତି । ବଡ଼ ବଡ଼ୁଆଙ୍କୁ ଡାକିବା କାଉଁରିଆ କାଠି ଜାଳିବାବେଳେ ଉଚ୍ଚାରଣ କରନ୍ତି:

ବଡ଼ବଡୁଆ ହୋ
ଅନ୍ଧାରରେ ଆସ ଆଲୁଅରେ ଯା',
ପୁରୁଷୋତ୍ତମରେ ମହାପ୍ରସାଦ ଖାଇ
ବାଇଶି ପାବଛେ ଗଡ଼ଗଡାଉ ଥା' ।

ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ପିତୃଗଣଙ୍କ ଆଶୀର୍ବାଦ କାମନା କରନ୍ତି ।

ପିତୃ ଲୋକଂ ପରିତାଜ୍ୟ
ଆଗତା ଯେ ମହାଳୟେ
ଇଜ୍ଜ୍ୱଳେ ଜ୍ୟୋତିଷାଂ ମାର୍ଗେ
ପ୍ରପଦ୍ୟନ୍ତୋ ବ୍ରଜନ୍ତୁତେ ।

ହିନ୍ଦୁଙ୍କ ବ୍ୟତୀତ ଏହି ସମ୍ପ୍ରଦାୟ ମଧ୍ୟ କରିଥାଏ ପୂଜା
ଜୈନ
ବିଶ୍ୱାସ ରହିଛି ଜୈନ ଅନୁଗାମୀମାନଙ୍କ ପାଇଁ ଏହା ୫୨୭ରେ ମହାବୀରଙ୍କର ମୋକ୍ଷ ବା ନିର୍ବାଣ ପ୍ରାପ୍ତିର ଦିନ ଭାବରେ ପାଳନ କରାଯାଇଥାଏ। ଜୈନଧର୍ମରେ ଦୀକ୍ଷିତ ବ୍ୟକ୍ତିମାନେ ୨୪ତୀର୍ଥଙ୍କର ମହାବୀରଙ୍କର ନିର୍ବାଣ ଦିବସ ରୂପେ ଏହିଦିବସକୁ ପାଳନ କରିଥା'ନ୍ତି । ଏ ସମ୍ପର୍କରେ ଗୋଟିଏ କାହାଣୀ ରହିଛି । ମହାବୀରଙ୍କର ଯେତେବେଳେ ମହାପ୍ରୟାଣ ଘଟିଲା, ସେତେବେଳେ ତାଙ୍କପାଖରେ ବହୁ ଜୈନ ଧର୍ମାବଲମ୍ବୀ ସନ୍ନ୍ୟାସୀ ଭକ୍ତ ଉପସ୍ଥିତ ହୋଇଥିଲେ । ମହାପ୍ରୟାଣ ପରେ ଏ ପୃଥିବୀ ପାଇଁ କିଏ ଆଉ ଜ୍ଞାନାଲୋକ ଦେବ, ଏହା ହିଁ ସେମାନେ ଚିନ୍ତାକଲେ । ସେମାନେ ସମସ୍ତେ ଏକତ୍ରିତ ହୋଇ ଦୀପାବଳି ଦିନ ମଶାଲ ଜଳାଇ ଦିବ୍ୟଜ୍ଞାନ ସନ୍ଧାନରେ ଯାଇଥିଲେ । ସେହିଦିନରୁ ଦୀପାବଳି ଦିନ ଆଲୋକ ଜଳେବାର ଚାଳିଆସୁଛି । ଖ୍ରୀଷ୍ଟପୂର୍ବ ୫୨୭ରେ ମହାବୀରଙ୍କୁ ଏହିଦିନରେ ନିର୍ବାଣ ପ୍ରାପ୍ତି ହୋଇଥିଲା। ସେହିଦିନକୁ ସ୍ମରଣକରିବା ପାଇଁ ଜୈନମାନେ ଦୀପାବଳି ପାଳନ କରନ୍ତି । ଏହି ଅବସରରେ ଦୀପ ଜଳାଯାଏ ଏବଂ ମିଷ୍ଟାନ୍ନ ବଣ୍ଟାଯାଏ । 

ଶିଖ
ଏକଦଶଦର୍ଶି ମୋଗଲ ସମ୍ରାଟ ଔରଙ୍ଗଦେବଙ୍କଦ୍ୱାରା ଶିଖ‌ଧର୍ମର ଷଷ୍ଠଗୁରୁ ହରଗୋବିନ୍ଦ ସିଂହ ବନ୍ଦୀହୋଇ କାରାକୋଠରୀରେ ଆବଦ୍ଧ ହୋଇଥିଲେ। ଅଗଣିତ ଶିଖ ଧର୍ମାବଲମ୍ବୀଙ୍କ ଦୃଢବିରୋଧ ଯୋଗୁଁ ପରିଶେଷରେ ତାଙ୍କୁ କାରାମୁକ୍ତ କରାଗଲା। ତାଙ୍କୁ ସ୍ୱାଗତକରିବା ପାଇଁ ସେତେବେଳେ ସ୍ୱର୍ଣ୍ଣମନ୍ଦିରକୁ ଦୀପରେ ସଜାଯାଇଥିଲା। ସେ ଏହି ଦୀପାବଳିଦିନ କାରାମୁକ୍ତ ହୋଇ ଥିବାରୁ, ଏହିଦିନଟିକୁ ଅନ୍ଧାରରୁ ଆଲୋକସନ୍ଧାନ ପ୍ରାପ୍ତିର ଦିବସ ରୂପେ ଶିଖ ସମ୍ପ୍ରଦାୟ ପାଳିଆସୁଛନ୍ତି । ପାରମ୍ପରିକ ଭାବେ ଏହିଦିନରେ ଶିଖ‌ମାନେ ଗୋଇନ୍ଦୱ।ଲ୍ ସାହିବ ଗୁରୁଦ୍ୱାରକୁ ତୀର୍ଥକରି ଯାଆନ୍ତି। ଏହିଦିନଟିକୁ ଶିଖ‌ମାନଙ୍କ ପାଇଁ ଷଷ୍ଠଧର୍ମଗୁରୁଙ୍କ ସଂସ୍କରଣ ବନ୍ଦୀଛୋଡ୍ ଦିବସ ରୂପେ ପାଳନକରାଯାଏ।