Doctor hari babu kambhampati: ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଡକ୍ଟର କମ୍ଭମପତି
ଭୁବନେଶ୍ୱର: ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଏକ ଭବ୍ୟ ଉତ୍ସବରେ ଶପଥ ନେଇଛନ୍ତି। ରାଜଭବନର ନୂଆ ଅଭିଷେକ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଭବ୍ୟ କାର୍ଯ୍
Doctor hari babu kambhampati: ଭୁବନେଶ୍ୱର: ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଏକ ଭବ୍ୟ ଉତ୍ସବରେ ଶପଥ ନେଇଛନ୍ତି। ରାଜଭବନର ନୂଆ ଅଭିଷେକ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀ ପ୍ରମୁଖ ଉପସ୍ଥିତ ଥିଲେ।
ଏଠାରେ କହି ରଖୁ କି ଗତକାଲି ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡକ୍ଟର କମ୍ଭମପତିଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭୁବନେଶ୍ୱରରେ ପହଞ୍ଚିବା ପରେ ସନ୍ଧ୍ୟାରେ ପୁରୀ ଗସ୍ତ କରି ସପରିବାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ। ପ୍ରାୟ ୪୫ ମିନିଟ୍ ଧରି ଶ୍ରୀମନ୍ଦିର ଭିତରେ ସେ ରହିଥିଲେ ଓ ମହାପ୍ରସାଦ ସେବନ କରି ଫେରିଥିଲେ। ସିଂହଦ୍ୱାରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ତାଙ୍କୁ ଲାଗିଖଣ୍ଡୁଆ ଦେଇ ସ୍ବାଗତ କରାଯାଇଥିଲା। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ସୋମନାଥ ଖୁଣ୍ଟିଆ ଓ ଅନ୍ୟମାନେ ଲାଗିଖଣ୍ଡୁଆ ପ୍ରଦାନ ପୂର୍ବକ ସ୍ବାଗତ ଜଣାଇଥିଲେ। ଦର୍ଶନ ସାରି ଫେରିବା ପରେ ଜୟ ଜଗନ୍ନାଥ କହି ଭାବବିହ୍ୱଳ ହୋଇ ପଡ଼ିଥିଲେ ନୂଆ ରାଜ୍ୟପାଳ।