ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍‌ଓଡି ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ଗତକାଲି ରାତ୍ର ୨.୧୦ ମିନିଟ୍ ରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


COMMERCIAL BREAK
SCROLL TO CONTINUE READING

ସୂଚନାଯୋଗ୍ୟ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଣାଯାଇଥିଲା। ପ୍ରାଥମିକ ଅବସ୍ଥାରେ ତାଙ୍କର ନିମୋନିଆ ଯୋଗୁଁ ଫୁସଫୁସ ଗୁରୁତର ଭାବେ ଆକ୍ରାନ୍ତ ହୋଇଥିବା ଚିକିତ୍ସାରୁ ଜଣାପଡ଼ିଥିଲା। ଏହି ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ତେବେ ଗତକାଲି ତାଙ୍କର ମୃତ୍ୟୁ ହୋଇଛି।