କୋଣାର୍କ: ଗତକାଲି ଆଜି କୋଣାର୍କ ଇକୋ ରିଟ୍ରିଟ୍ରରେ ରାତ୍ରିଯାପନ କରିଥିଲେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର। ଆଜି ସକାଳେ କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ଗସ୍ତ ହେତୁ କୋଣାର୍କର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ବ୍ୟାପକ ପୁଲିସ ମୃତୟନ ହୋଇଛନ୍ତି। 


COMMERCIAL BREAK
SCROLL TO CONTINUE READING

ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କୋଣାର୍କ ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ୍. ଜୟଶଙ୍କର। ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ପ୍ରବାସୀ ଭାରତୀୟ ଦିବସରେ ସେ ସାମିଲ ହେବେ।