ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇପାରିବେ ଚାଷୀ
Advertisement
Article Detail0/zeeodisha/odisha2580750

ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇପାରିବେ ଚାଷୀ

ବୀମାଭୁକ୍ତ ଚାଷୀମାନେ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀ ମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇପାରିବେ ଚାଷୀ

ଭୁବନେଶ୍ୱର: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି । ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି । 

ଉଭୟ ବୀମା କରିନଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ । ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଏହି  ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା । ଚାଷୀ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି । ତେଣୁ, ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀ ମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ । 

ଓଡ଼ିଶାର ଚାଷୀ ମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କର ଏହି ସହାନୁଭୂତିଶୀଳ ମନୋଭାବ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହ୍ୱାନଙ୍କୁ ଧନ୍ୟବାଦ ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Also Read- Saptahik Rashifal: ଡିସେମ୍ୱର ଶେଷ ସହ ନୂଆ ବର୍ଷର ଆରମ୍ଭ, ୧୨ଟି ରାଶିର ଭାଗ୍ୟଫଳ

Also Read- EPFO New Rules in 2025: ନୂଆ ନିୟମ ଆଣିବ EPFO, ମିଳିବ କି ବୋନସ୍ ? ଜାଣନ୍ତୁ