Advertisement
Article Detail0/zeeodisha/odisha2291192
Zee OdishaOdisha StatePuri Temple: ଦ୍ୱାର ଖୋଲିବା ପରେ ଦର୍ଶନକୁ ନେଇ ଏଭଳି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Puri Temple: ଦ୍ୱାର ଖୋଲିବା ପରେ ଦର୍ଶନକୁ ନେଇ ଏଭଳି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୋହନ ସରକାରଙ୍କ ପ୍ରଥମ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ଆଜି ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି। ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟ ପୁରୀରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ରାଜ୍ୟ କ୍ୟାବିନେଟର ପ୍ରଥମ ବୈଠକରେ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଇଛନ୍ତି ମନ୍ତ୍ରିମଣ୍

Puri Temple: ଦ୍ୱାର ଖୋଲିବା ପରେ ଦର୍ଶନକୁ ନେଇ ଏଭଳି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Puri Temple: ଭୁବନେଶ୍ୱର: ମୋହନ ସରକାରଙ୍କ ପ୍ରଥମ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ଆଜି ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି। ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟ ପୁରୀରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ରାଜ୍ୟ କ୍ୟାବିନେଟର ପ୍ରଥମ ବୈଠକରେ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଇଛନ୍ତି ମନ୍ତ୍ରିମଣ୍ଡଳ। ମୁଖ୍ୟ ଶାସନ ସଚିବଙ୍କ ସମେତ ଉନ୍ନୟନ କମିଶନର ତଥା ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତିରେ ଆଜି ଚାରିଦ୍ୱାର ଖୋଲାଯାଇଛି।  

 

ତେବେ ଏହି ଚାରିଦ୍ୱାର ଖୋଲାଯିବା ସହିତ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କିଛି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ଚାରି ଦ୍ୱାର ନିକଟରେ ଜୋତା ଓ ମୋବାଇଲ ଷ୍ଟାଣ୍ଡର ସୁବିଧା ଭକ୍ତଙ୍କ ପାଇଁ ଉପଲବ୍ଧ କରାଇ ଦିଆଯିବ। ଏନେଇ ପରିଚାଳନା କମିଟିର ଜରୁରୀ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଅଧିକ ଗୁରୁତ୍ତ୍ୱ ଦେଇଛନ୍ତି ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ଭକ୍ତମାନେ ଯେଉଁଭଳି ଭାବେ ଶୃଙ୍ଖଳିତ ଦର୍ଶନ କରିପାରିବେ ସେନେଇ ବ୍ୟବସ୍ଥା କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରୀ ଜାରି ରହିଥିବାରୁ ପାନୀୟ ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। 

About the Author