Jaga Darsan: ଭୁବନେଶ୍ୱର: ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଶ୍ରୀମନ୍ଦିର ନୀତି ଓ ପରମ୍ପରା ମୁତାବକ ଏହି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ପରେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦଇତାପତି ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତନୀତିକୁ ନିଷ୍ଠାର ସହ ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ବାସୁଙ୍ଗା ପାଟରେ ପ୍ରସ୍ତୁତ ପଇତା। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସଂଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀଅଙ୍ଗକୁ ସୁରକ୍ଷିତ ରଖିବା ପାଇଁ ପଇତା ଲାଗି କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ଗୁପ୍ତସେବା କରାଯିବ। ଏହା ଏକ ଗୁପ୍ତ ନିତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ।