Health Minister: ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ପରଲୋକ
Advertisement
Article Detail0/zeeodisha/odisha2200297

Health Minister: ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ପରଲୋକ

ରାଜ୍ୟର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ କମଳା ଦାସଙ୍କ ପରଲୋକ ଘଟିଛି। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ରହିଛି। ବିଗତ କିଛିଦିନ ଧରି ସ୍ୱାସ୍ଥ୍ୟଗତ ସମସ୍ୟାରେ ପିଡ଼ୀତ ରହିଥିଲେ। ନିକଟରେ ତାଙ୍କୁ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। 

Health Minister: ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ କମଳା ଦାସଙ୍କ ପରଲୋକ ଘଟିଛି। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ରହିଛି। ବିଗତ କିଛିଦିନ ଧରି ସ୍ୱାସ୍ଥ୍ୟଗତ ସମସ୍ୟାରେ ପିଡ଼ୀତ ରହିଥିଲେ। ନିକଟରେ ତାଙ୍କୁ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। 

ସୂଚନା ଯୋଗ୍ୟ କମଳା ଦାସ ବେଶ ଟାଣୁଆ ରାଜନେତା ରହିଥିଲେ। ପ୍ରଥମେର ସେ ଜନତା ଦଳରୁ ନିଜର ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ପରେ ସେ ବିଜୁ ଜନତା ଦଳର ଗଠନ ପରେ ବିଜେଡିରେ ଯୋଗ ଦେଇଥିଲେ। ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। 

କମଳା ଦାସ ଜନତା ଦଳର ପ୍ରତିନିଧି ଭାବରେ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ। ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ରାଜ୍ୟ ଶିକ୍ଷା ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବରେ ପ୍ରଥମେ ୨୪ ଜୁଲାଇ ୧୯୯୦ରୁ ୪ ଜାନୁଆରୀ ୧୯୯୩ ଯାଏଁ କାର୍ଯ୍ୟ କରିଥିଲେ। ଏହାପରେ ସେ ୪ ଜାନୁଆରୀ ୧୯୯୩ରୁ ୧୫ ମାର୍ଚ୍ଚ ୧୯୯୫ ଯାଏଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।