Ananta Das Passes Away: ଜଣେ ଦକ୍ଷ ସଂଗଠକ ସହ ବାଲେଶ୍ବର ଜିଲ୍ଲା ବିଜେଡିରେ ଜଣେ ଟାଣୁଆ ନେତା ଥିଲେ ଅନନ୍ତ। ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ଅନେକ ନେତା।
Trending Photos
Former Minister Ananta Das Passes Away: ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସ। ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ୮୫ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ତାଙ୍କର ମୃତ୍ୟୁ ଖବର ନିଶ୍ଚିତ କରିଛନ୍ତି ପୁଅ ବିଶ୍ବଜିତ୍ ଦାସ। ଅନନ୍ତ ବିଧାନସଭାକୁ ୪ ଥର ନିର୍ବାଚିତ ହୋଇଥିଲେ। ୨୦୦୪ରୁ ୨୦୨୪ ପର୍ଯ୍ୟନ୍ତ ଭୋଗରାଇର ବିଧାୟକ ଥିଲେ ଅନନ୍ତ। ସେ ଉଚ୍ଚଶିକ୍ଷା ଓ ଶିଳ୍ପ ବିଭାଗରେ ମନ୍ତ୍ରୀ ମଧ୍ୟ ରହିଛନ୍ତି।
ଏହା ସହିତ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ମଧ୍ୟ ସେ ଦାୟିତ୍ବ ତୁଲାଇଛନ୍ତି। ଜଣେ ଦକ୍ଷ ସଂଗଠକ ସହ ବାଲେଶ୍ବର ଜିଲ୍ଲା ବିଜେଡିରେ ଜଣେ ଟାଣୁଆ ନେତା ଥିଲେ ଅନନ୍ତ। ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ଅନେକ ନେତା।
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଲୋକ ପ୍ରିୟ ଜନ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ଵର ଅଞ୍ଚଳର ବିକାଶ ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଯୋଗୁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।