Gajapati News: ଗଜପତି ଜିଲ୍ଲାକୁ ଦିନିକିଆ ଗସ୍ତ ଅବସରରେ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକ ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବ୍ରହ୍ମପୁର ରଞ୍ଜନ କୁମାର ଦାସ । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭିନ୍ନ ଯୋଜନା ଗୁଡ଼ିକକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


COMMERCIAL BREAK
SCROLL TO CONTINUE READING

ଏହି ଅବସରରେ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା ବେଳେ ସ୍ୱଚ୍ଛତା ଅବଲମ୍ବନ ନେଇ ଗୁରୁତ୍ୱାରୋପ କରାଯାଇଛି । ଏହା ବ୍ୟତୀତ ଆଗାମୀ ସାଧାରଣ ନିର୍ବାଚନ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତ ଜିଲ୍ଲାରେ ରାଜସ୍ୱ ଆଦାୟ, ରେକର୍ଡ ରୁମ୍ ପରିଚାଳନା, ଜାଗା ମିଶନ ସମେତ ବିଭିନ୍ନ ଉନ୍ନତ ମୂଳକ ଯୋଜନା ବିଷୟରେ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଜିଲ୍ଲାରେ ଚାଲୁଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ଅଗ୍ରଗତି ସମ୍ପର୍କରେ ଆୟୁକ୍ତଙ୍କୁ ଅବଗତ କରାଇଥିଲେ । ତେବେ ଏହି ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ଦେଖି ସନ୍ତୋଷ ପ୍ରକାଶ କରିଥିଲେ ଆୟୁକ୍ତ ।


ଆଜିର ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର, ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ (ରାଜସ୍ବ) ଓ ରାଜେନ୍ଦ୍ର ମିଞ୍ଜ, ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ଅଧିକାରୀ ଗୋରାଚାନ୍ଦ ଗମାଙ୍ଗ, ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଫାଲଗୁନି ମାଝୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ ।


Also Read- Odisha News: ଗୋଆରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ମୃତଦେହକୁ ଗାଁକୁ ଆଣିବାକୁ ସରକାରଙ୍କୁ ଗୁହାରି