ଯାଜପୁର: ଜିଏସଟି ତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍। ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ ହୋଇଛି। ଜଣେ ଡିଲର୍‌ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ଅଭିଯୋଗ ହୋଇଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ବ ହେରଫେର କରିଥିବା ଜଣାପଡ଼ିବାରୁ ରେଡ୍‌ ହୋଇଛି। ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।


COMMERCIAL BREAK
SCROLL TO CONTINUE READING

ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ୍ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି