IMD News: ଲଘୁଚାପ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
Advertisement
Article Detail0/zeeodisha/odisha2402535

IMD News: ଲଘୁଚାପ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

୨୭ ଅଗଷ୍ଟ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାକୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

IMD News: ଲଘୁଚାପ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: IMD ଦ୍ୱାରା ଜାରି କରାଯାଇଥିବା ପାଣିପାଗ ବୁଲେଟିନ୍ ଅନୁଯାୟୀ ପଶ୍ଚିମବଙ୍ଗ ଉପକୂଳରେ ନିମ୍ନ ଚାପ ସୃଷ୍ଟି ହୋଇଛି । ଫଳରେ ଏହା କ୍ରମଶଃ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ତଥା ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ଉତ୍ତର ଦିଗକୁ ଯିବାର ସମ୍ଭାବନା ରହିଛି । ପ୍ରଭାବରେ ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାରେ ଏବଂ ୨୯ ଅଗଷ୍ଟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଉପକୂଳରେ ଏକ ନୂଆ ନିମ୍ନ ଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ପ୍ରଭାବରେ, ୨୬ ରୁ ୨୭ ଅଗଷ୍ଟ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାକୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ନିମ୍ନଚାପ ପ୍ରଭାବ କାରଣରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଏଥିସହିତ ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଉପକୂଳକୁ ଫେରିବାକୁ ପରାମର୍ଶ ଦିଆଯାଇଛି । ଏନେଇ ଗଞ୍ଜାମ, ପୁରୀ, କେନ୍ଦ୍ରାପଡା, ଜଗାଟସିଂହପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାପଳଙ୍କୁ ସରକାରୀ ସ୍ତରରେ ଚିଠି ହୋଇଛି ।

ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସେହିପରି ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ସମ୍ଭାବ୍ୟ ଲଘୁଚାପ ନେଇ ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଯୋଗୁଁ ୩୦ ତାରିଖରୁ ବର୍ଷାର ପ୍ରଭାବ ଆହୁରି ବୃଦ୍ଧି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏଥିପାଇଁ ଆସନ୍ତା ସେପ୍ଟେମ୍ୱର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି ।  କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଅନୁଯାୟୀ ଆଜି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ।

Also Read- Lucky Zodiac Sign: ୨୫ ଅଗଷ୍ଟରେ ସୂର୍ଯ୍ୟଯୋଗର ଶୁଭ ସମକକ୍ଷ, ୫ଟି ରାଶିର ଭାଗ୍ୟ ଉଜ୍ୱଳ

Also Read- Weekly Lucky Zodiac Sign: ୨୬ ଅଗଷ୍ଟରୁ ୧ ସେପ୍ଟେମ୍ୱର, ୫ଟି ରାଶିର ଭାଗ୍ୟ ଉଜ୍ୱଳ