Srimandir: ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୁର୍ଣ ନିଷ୍ପତ୍ତି, ଜୁନ୍ ୧୭ ତାରିଖ ମହାପ୍ରଭୁଙ୍କ…
Advertisement
Article Detail0/zeeodisha/odisha2293614

Srimandir: ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୁର୍ଣ ନିଷ୍ପତ୍ତି, ଜୁନ୍ ୧୭ ତାରିଖ ମହାପ୍ରଭୁଙ୍କ…

Srimandir: ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟା ରୁ ୬ଟା ରହିଛି। ଏହାପରେ ଅନ୍ୟାନ୍ୟ ନୀତି କାନ୍ତି ବଢ଼ିବା ପରେ ଦିନ ୨ଟା ରେ ଛେରା ପହଁରା, ୨ଟା ୪୦ ରେ ହାତୀବେଶ, ୬ଟା ୩୦ ରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ ରହିଛି। ପରେ ୧୦ଟା ୩୦ ରୁ ରାତ୍ର ୧ ଟା ମଧ୍ୟରେ ବାହୁଡ଼ା ପହଣ୍ଡି, ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି କରାଯିବା ନେଇ ନୀତି ନିର୍ଘଣ୍ଟରେ ସୂଚନା ଦିଆଯାଇଛି। 

Srimandir: ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୁର୍ଣ ନିଷ୍ପତ୍ତି, ଜୁନ୍ ୧୭ ତାରିଖ ମହାପ୍ରଭୁଙ୍କ…

Srimandir: ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୁର୍ଣ ନିଷ୍ପତ୍ତି। ଆସନ୍ତା ଜୁନ୍ ୧୭ ତାରିଖ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି ଛତିଶା ନିଯୋଗ। ଶୃଙ୍ଖଳିତ ନୀତି କାନ୍ତି ସହ ମହାପ୍ରଭୁଙ୍କ ସ୍ନାନ ଯାତ୍ରା କିପରି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତି କାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି।

ତେବେ ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟା ରୁ ୬ଟା ରହିଛି। ଏହାପରେ ଅନ୍ୟାନ୍ୟ ନୀତି କାନ୍ତି ବଢ଼ିବା ପରେ ଦିନ ୨ଟା ରେ ଛେରା ପହଁରା, ୨ଟା ୪୦ ରେ ହାତୀବେଶ, ୬ଟା ୩୦ ରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ ରହିଛି। ପରେ ୧୦ଟା ୩୦ ରୁ ରାତ୍ର ୧ ଟା ମଧ୍ୟରେ ବାହୁଡ଼ା ପହଣ୍ଡି, ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି କରାଯିବା ନେଇ ନୀତି ନିର୍ଘଣ୍ଟରେ ସୂଚନା ଦିଆଯାଇଛି। ତେବେ ଉକ୍ତ ଦିନର ନୀତି ଅନୁଯାୟୀ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ ହୋଇପାରେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।।‌ ସ୍ନାନ ଯାତ୍ରାରେ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସେନେଇ ସମସ୍ତ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ।