ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୩ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅକ୍ଟୋବର ୨୨ ତାରିଖ ସକାଳ ୮ଟା ୩୦ରେ ସେହି ଅଞ୍ଚଳରେ ୧୫.୫° ଉତ୍ତର ଅକ୍ଷାଂଶ ଓ ୯୧.୦° ପୂର୍ବ ଦ୍ରାଘିମା, ପାରାଦୀପ ଠାରୁ ପ୍ରାୟ ୭୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ, ସାଗର ଦ୍ୱୀପ (ପଶ୍ଚିମବଙ୍ଗ) ଠାରୁ ୭୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ, ଏବଂ ଖେପୁପଡ଼ା (ବାଂଲାଦେଶ) ଠାରୁ ୭୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି।



COMMERCIAL BREAK
SCROLL TO CONTINUE READING

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ଅକ୍ଟୋବର ୨୦୨୪ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଏହା ୨୪ ତାରିଖ ସକାଳ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୪ ତାରିଖ ରାତି ଓ ୨୫ ତାରିଖ ସକାଳେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରି ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । 


ଅନୁଗୁଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ ଓ ମୟୂରଭଞ୍ଜ ଭଳି ୧୪ଟି ଜିଲ୍ଲାକୁ ସତର୍କ କରାଯିବା ସହ ବାତ୍ୟା ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


ସମ୍ଭାବ୍ୟ ବାତ୍ୟା ଦାନା ପାଇଁ ରାଜ୍ୟର ୬ ବରିଷ୍ଠ ଆଇଏଏସ ଅଫିସରଙ୍କୁ ବଡ଼ ଦାୟିତ୍ୱ ମିଳିଛି । ସେମଧ୍ୟରୁ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର, ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ, ବଲୱନ୍ତ ସିଂଙ୍କୁ ପୁରୀ, ଭୀନିତ ଭରଦ୍ୱାଜଙ୍କୁ ମୟୂରଭଂଜ, ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର ଏବଂ ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ୱ ମିଳିଛି । ୬ ଅଭିଜ୍ଞ ଆଇଏଏସ୍ ସଂପୃକ୍ତ ଜିଲ୍ଲାମାନଙ୍କପେ ଉଦ୍ଧାର କାର୍ଯ୍ୟ ଏବଂ ରିଲିଫ୍ ବ୍ୟବସ୍ଥାର ତଦାରଖ କରିବେ। ପୂର୍ବରୁ ଉକ୍ତ ଜିଲ୍ଲାଗୁଡିକରେ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ ଅଫିସରମାନେ । ସମ୍ଭାବ୍ୟ ବାତ୍ୟା 'ଦାନା' ପାଇଁ ଅକ୍ଟୋବର ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରହିବ । ମୋଟ ୧୪ଟି ଜିଲ୍ଲାରେ ସମସ୍ତ କଲେଜ, ବିଶ୍ବବିଦ୍ୟାଳୟ ବନ୍ଦ କରିବା ପାଇଁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ପ୍ରଭାବିତ ଅଞ୍ଚଳରେ ସ୍କୁଲଗୁଡିକୁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକ ।


Also Read- Family Horoscope: ବୁଧବାର ଦିନ ଏହି ବ୍ୟକ୍ତିଙ୍କ ପରିବାରକୁ ଆସିବ ଖୁସି


Also Read- BSNL 5G Launch: ଦୀପାବଳି ପୂର୍ବରୁ ଖୁସି ଖବର, ଆରମ୍ଭ ହେଲା ଏହି ନୂଆ ସେବା