Chakradhari Sharan Singh: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
Advertisement
Article Detail0/zeeodisha/odisha2092303

Chakradhari Sharan Singh: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

Justice Chakradhari Sharan Singh: ବର୍ତ୍ତମାନ ପାଟନା ହାଇକୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ । ଖୁବଶୀଘ୍ର ସେ ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି ।

ସୌଜନ୍ୟ-ସୋସିଆଲ ମିଡିଆ

Justice Chakradhari Sharan Singh: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଭାରତ ସରକାରଙ୍କ ଉପସଚିବଙ୍କ ଦ୍ବାରା ଶୁକ୍ରବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ପାଟନା ହାଇକୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ । ଖୁବଶୀଘ୍ର ସେ ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି ।

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାର ପଦରୁ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଅବସର ଗ୍ରହଣ କରିବା ପରେ ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଥିଲା । ସେବେଠାରୁ ସେ ଏହି ଦାୟିତ୍ବ ତୁଲାଇ ଆସୁଛନ୍ତି । ଅପରପକ୍ଷେ ଜଷ୍ଟିସ ସିଂ 2012 ଏପ୍ରିଲ 5 ତାରିଖରେ ପାଟନା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଏବେ ସେ ପାଟନା ହାଇକୋର୍ଟର ବରିଷ୍ଠତମ ବିରାରପତି ଭାବେ କାର୍ଯ୍ୟ କରୁଛନ୍ତି ।  ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ୬୦ ବର୍ଷୀୟ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଆଇନଜୀବୀ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୨ ବର୍ଷର ଲମ୍ବା ଓକିଲାତି ଜୀବନରେ ସାମ୍ବିଧାନିକ ମାମଲା, ଚାକିରି ସଂକ୍ରାନ୍ତ ମାମଲା, ଫୌଜଦାରୀ ଆଦି ମାମଲା ପରିଚାଳନାରେ ବିଶେଷ ଦକ୍ଷତା ପ୍ରଦର୍ଶନ କରିଥିଲେ । ୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୨୩ ମସିହାରେ ପାଟଣା ଉଚ୍ଚ ନ୍ୟାୟାଳୟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ।

Also Read-Bhitarkanika: ଏଣିକି ଭିତରକନିକାରେ ନଦୀ ଭିତରେ ରାତ୍ରୀପାପନର ସୁବିଧା ପାଇବେ ପର୍ଯ୍ୟଟକ

Road Accident: ଅଶୁଭ ଶନିବାର! ବିବାହ ଭୋଜି ଖାଇ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲେ ୪ ସାଙ୍ଗ