Advertisement
Article Detail0/zeeodisha/odisha2305963
Zee OdishaOdisha StateOpening of Ratna bhandar : ଖୋଲାଯିବ ରତ୍ନଭଣ୍ଡାର ; ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

Opening of Ratna bhandar : ଖୋଲାଯିବ ରତ୍ନଭଣ୍ଡାର ; ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

puri Ratna bhandar opening: ରତ୍ନଭଣ୍ଡାର ଖୋଲା ଯିବ ବୋଲି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଖୋଲାଯିବା ପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ତେବେ ବିଭାଗ ପକ୍ଷରୁ ଅତିଶିଘ୍ର ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍‌ଲାଇନ୍‌ ଜଣାଇ ଦିଆଯିବ।

 Ratna bhandar
Ratna bhandar

Opening of Ratna bhandar  ; ରତ୍ନଭଣ୍ଡାର ନିଶ୍ଚିତ ଭାବରେ ଖୋଲା ଯିବ ବୋଲି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ତେବେ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍‌ଲାଇନ୍‌ ଜଣାଇ ଦିଆଯିବ ବୋଲି ସେ କହିଛନ୍ତି।

ଆଜି ଲୋକସେବା ଭବନରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରି ପୃଥ୍ୱୀରାଜ ହରିଚନ୍ଦନ ଏଭଳି ସୂଚନା ଦେଇଛନ୍ତି। ଅଗଷ୍ଟ ପ୍ରଥମ ସପ୍ତାହରେ ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ ଉଦଘାଟନ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ବି ଆଇନ ମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ ଟିମ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ୍‌ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ।

Add Zee News as a Preferred Source
About the Author