Lekhashree samantsinghar: ବିଜେଡିରେ ଯୋଗ ଦେଲେ ପୂର୍ବତନ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର
Advertisement

Lekhashree samantsinghar: ବିଜେଡିରେ ଯୋଗ ଦେଲେ ପୂର୍ବତନ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର

Lekhashree samantsinghar: ବିଜେଡିରେ ଯୋଗ ଦେଲେ ପୂର୍ବତନ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ଦଳର ନେତାଙ୍କ ଉପସ୍ଥିତିରେ ଆଜି ଶଙ୍ଖ ଧରିଛନ୍ତି ଲେଖାଶ୍ରୀ ।

 ବିଜେଡିରେ ସାମିଲ ହେବା ପରେ ଲେଖାଶ୍ରୀ , ହୃଦୟର ସହ ମୋତେ ବିଜେଡିରେ ସାମିଲ କରାଇଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ଫାଇଭ-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଥିବା କହିଛନ୍ତି । ବର୍ଷ ବର୍ଷ ଧରି ମୁଁ ବିଜେପିକୁ ସର୍ବଶ୍ୱ ଦେଇଛି, ଓଡ଼ିଶାବାସୀଙ୍କ ସେବା କରିବାର ଇଚ୍ଛା ଥିଲା ତାହା ବିଜେପି ପୂରଣ କରିବାକୁ ଦେଲାନି ।

ଏତେ ପରିଶ୍ରମ କରିକି ବି ଦଳର ନେତୃତ୍ୱ ମୋ ଉପରେ ଭରସା କଲେନି । ମୋ ପାଇଁ ବିଜେପିରେ ଏତିକି କାମଥିଲା ବୋଲି ଭାବିଲି ଆଉ ଆଗକୁ ବଢ଼ିବା ପାଇଁ ବିଜେଡିରେ ସାମିଲ ହେଲି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ(CM Naveen Pattnaik)ଙ୍କ ବିକାଶର ଚିନ୍ତାଧାରା ମୋତେ ବିଜେଡିରେ ସାମିଲ ହେବାକୁ ପ୍ରେରଣା ଦେଲା । ଏପରିକି ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ କାର୍ଯ୍ୟକଳାପକୁ ପ୍ରଶଂସା କରିଛନ୍ତି ଲେଖାଶ୍ରୀ ସାମନ୍ତସିଂହାର । କହିଛନ୍ତି, ବିଜେଡିରେ ‘ମୁଁ ଗୁଣ୍ଡୁଚି ମୂଷା ଭଳି କାମ କରିବି । ଦଳ ମୋତେ ଯାହା ଦାୟିତ୍ୱ ଦେବ ନିଷ୍ଠାର ସହ ତାହା ପାଳନ କରିବି ।