Puri jagannath Temple: ଆସନ୍ତାକାଲି ତଥା ୧୦ ଏପ୍ରିଲ ୨୦୨୪ (ବୁଧବାର) ଦିନ ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


COMMERCIAL BREAK
SCROLL TO CONTINUE READING

ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ।  ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ।  ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ତିନି ଦାରୁ ମୂର୍ତ୍ତିଙ୍କ ମୁଖ ମଣ୍ତଳରେ ଶୃଙ୍ଖାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ।  ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି।  ଏମାନଙ୍କୁ ଦତ୍ତ ମହାପାତ୍ର ସେବକ କୁହାଯାଏ।  ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହ ମାନଙ୍କୁ ଲଗାଇବା ଏମାନଙ୍କ ମୁଖ୍ୟ କାମ। ରଙ୍ଗ ସହିତ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ। 


Also Read- Weather Update: ୧୩ ତାରିଖ ପରଠାରୁ ରାଜ୍ୟରେ ପୁଣି ବଢିବ ତାତି !


Also Read- Lok Sabha Elections 2024: କେନ୍ଦ୍ରାପଡ଼ାରେ କିଏ ଜିତିବ?