)
Puri News: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ବିଶେଷ ନୀତି ପାଇଁ ଭକ୍ତମାନେ ସନ୍ଧ୍ୟା ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଦ୍ବୀତିୟ ଭୋଗ ମଣ୍ତପ ନୀତି ପରେ, ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ନୀତି ସମୟ ଧାର୍ଯ୍ୟ ହେବା ନେଇ ସୂଚନା ରହିଛି।
ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ,ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ। ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ। ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ତିନି ଦାରୁ ମୂର୍ତ୍ତିଙ୍କ ମୁଖ ମଣ୍ତଳରେ ଶୃଙ୍ଖାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି। ଏମାନଙ୍କୁ ଦତ୍ତ ମହାପାତ୍ର ସେବକ କୁହାଯାଏ। ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହ ମାନଙ୍କୁ ଲଗାଇବା ଏମାନଙ୍କ ମୁଖ୍ୟ କାମ। ରଙ୍ଗ ସହିତ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ।