Odisha Weather: ୨୪ ଘଣ୍ଟାରେ ପୁଣି ଲଘୁଚାପ, ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
Advertisement
Article Detail0/zeeodisha/odisha2385739

Odisha Weather: ୨୪ ଘଣ୍ଟାରେ ପୁଣି ଲଘୁଚାପ, ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

Odisha Weather: ଏବେବି ରାଜ୍ୟରେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୭୧୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି।

 

Odisha Weather: ୨୪ ଘଣ୍ଟାରେ ପୁଣି ଲଘୁଚାପ, ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

Odisha Weather: ପୁଣି ସାରା ରାଜ୍ୟରେ ଦେଖାଦେବ ବର୍ଷା। ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଦକ୍ଷିଣ- ପଶ୍ଚିମ ଦିଗରେ ଅଗ୍ରସର ହେଉଛି ଏହି ଘୂର୍ଣ୍ଣିବଳୟ । ତେବେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ନେଇ ସମ୍ଭାବନା ରହିଛି । ଏହା  ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୬ ଜିଲ୍ଲାରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୨ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

 

ଘୂର୍ଣ୍ଣିବଳୟ ପରେ ପରେ ଲଘୁଚାପ(Low Pressure)। ଆଉ ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ନେଇ ୯ଜିଲ୍ଲା କୁ ୱାର୍ଣ୍ଣିଂ ଓ  ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ପରେ କମିବ ବର୍ଷାର ପରିମାଣ । ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା(Heavy Rainfall) ୫୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏବେବି ରାଜ୍ୟରେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୭୧୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି।