Advertisement
Article Detail0/zeeodisha/odisha2611413
Zee OdishaOdisha StateSNP ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାକୁ ବୃଦ୍ଧି

SNP ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାକୁ ବୃଦ୍ଧି

ପରିପୁରକ ପୁଷ୍ଟି  କାର୍ଯ୍ୟକ୍ରମରେ (SNP) ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରାଯାଇଛି । ବର୍ଷକୁ ଖର୍ଚ୍ଚ ହେବ ଅତିରିକ୍ତ ୮.୬୫ କୋଟି ।

SNP ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର:  ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ (Supplementary Nutrition Programme) ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା  ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। 

ସୂଚନାଯୋଗ୍ୟ ଯେ ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଗରମ ରନ୍ଧା ଖାଦ୍ୟ (Hot Cooked Meal) ପାଇଁ ଅଙ୍ଗନବାଡି କେନ୍ଦ୍ର ମାନଙ୍କୁ ଚାଉଳ ଯୋଗାଇ ଦିଆଯାଏ। ଏହାସହିତ ଘରକୁ ରେସନ (Take Home Ration) ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଗହମ ପ୍ରଦାନ କରାଯାଇଥାଏ । ଏହି ଚାଉଳ ଓ ଗହମ ପରିବହନ କରିବା ପାଇଁ ପରିବହନ ଏଜେଣ୍ଟ ମାନଙ୍କୁ ନିୟୋଜିତ କରାଯାଇଥାଏ । ୨୦୧୧ ମସିହା ପର ଠାରୁ ଏହି ମୂଲ୍ୟରେ ଆଉ ବୃଦ୍ଧି କରାଯାଇ ନ ଥିଲା । ତେଣୁ ବଢୁଥିବା ଇନ୍ଧନ ଖର୍ଚ୍ଚ ଓ ଅନ୍ୟାନ୍ୟ ଦରଦାମ୍ ବୃଦ୍ଧିକୁ ଦୃଷ୍ଟିରେ ରଖି ପରିବହନ ମୂଲ୍ୟରେ ବୃଦ୍ଧି କରାଯାଇଛି ।

ଏହି ବର୍ଦ୍ଧିତ ମୂଲ୍ୟ ବର୍ତ୍ତମାନ ନିୟୋଜିତ ଥିବା ପରିବହନ ଏଜେଣ୍ଟ ମାନେ ଦାବୀ କରିପାରିବେ ନାହିଁ । କେବଳ ନୂତନ ଭାବେ ନିୟୋଜିତ ହେବାକୁ ଥିବା ଏଜେଣ୍ଟ ମାନଙ୍କ ପାଇଁ ଏହା ଲାଗୁ ହେବ ।

Add Zee News as a Preferred Source

ପରିବହନ ପାଇଁ ଯେଉଁ ନୂଆ ଏଜେଣ୍ଟ ମାନଙ୍କୁ ନିୟୋଜିତ କରାଯିବ, ଟେଣ୍ଡର ପ୍ରକ୍ରିୟା ଜରିଆରେ ଏହାର ପ୍ରକୃତ ମୂଲ୍ୟ ନିର୍ଦ୍ଧାରଣ କରାଯିବ ।   ପରିବହନର ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାରୁ ଅଧିକ ହୋଇପାରିବ ନାହିଁ  ।

Also Read- ପିଏମ ପୋଷଣ ଯୋଜନାରେ କାର୍ଯ୍ୟରତ ପାଚକ, ପାଚିକାଙ୍କ ଦରମା ୩ ହଜାର ଟଙ୍କାକୁ ବୃଦ୍ଧି

Also Read- ଜାନୁଆରୀ ୨୫ ଯାଏଁ ଏହି ସବୁ ଜିଲ୍ଲାରେ ସ୍କୁଲ୍ ବନ୍ଦ, ପଢ଼ନ୍ତୁ ପୁରା ଖବର

About the Author