ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ
Advertisement
Article Detail0/zeeodisha/odisha2437327

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

medical college: ତେବେ ଅବସରପ୍ରାପ୍ତ ଅଧ୍ୟାପକମାନେ ପାଠ ପଢାଇବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ଵର: ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ। ଖୁବ୍ ଶୀଘ୍ର ଏଥିପାଇଁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ହୋଇ କାମ ଆରମ୍ଭ ହେବ। ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଥିବା ବେଳେ ଏପରି ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। 

କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ କହିଛନ୍ତି ବର୍ତ୍ତମାନ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବା ବେଳେ ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ହେବ। ଏଥିପାଇଁ କାମ ଆରମ୍ଭ ହୋଇଛି। ମେଡିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍‌‌ ଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ଏନେଇ ବ୍ୟବସ୍ଥା କରୁଥିବା ମନ୍ତ୍ରୀ କହିଛନ୍ତି। ତେବେ ଅବସରପ୍ରାପ୍ତ ଅଧ୍ୟାପକମାନେ ପାଠ ପଢାଇବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହାସହିତ ଦେଶ ବାହାରର ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଅନଲାଇନରେ ପାଠ ପଢାଇବେ।

ଶହେ ଦିନ ପୂର୍ତ୍ତି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରି କହିଛନ୍ତି ଯେ,୨୭ ହଜାର ହସ୍ପିଟାଲରେ ଆୟୁଷ୍ମାନ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା ସୁବିଧା ମିଳିବ। ପୂର୍ବ ସରକାରରେ ମାତ୍ର ୯ଶହ ହସ୍ପିଟାଲରେ ଏହି ସୁବିଧା ମିଳୁଥିଲା। ଖୁବଶୀଘ୍ର ୩ ହଜାର ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ ନିଯୁକ୍ତ ହେବେ। ପୁରୀ ମେଡିକାଲ କଲେଜରେ ବିଏସ୍ସି ନର୍ସିଂ କୋର୍ସ ଆରମ୍ଭ ହେବ। ସବୁ ଜିଲା ମୁଖ୍ୟ ଚିକିତ୍ସାଳୟରେ କ୍ୟାନ୍ସର ଚିକିତ୍ସା ପାଇଁ ବ୍ୟବସ୍ଥା କରାଯିବ। ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି ଦିଆଯିବ କହିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ।