ଭୁବନେଶ୍ଵର: ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପର୍ବ। ଏହି ପର୍ବ ପାଈଁ ଚଳଚଞ୍ଚଳ ହୋଇଉଠିଛି ସମ୍ବଲପୁର ଜିଲ୍ଲା। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ୱରୀଙ୍କୁ ନବାନ୍ନ ଅର୍ପଣ ହେବ। ଏହା ପରେ ପରିବାରର ସମସ୍ତ ସଦସ୍ୟ ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି। ନୂଆଁଖାଇ ପାଇଁ ଦୂରଦୂରାନ୍ତରେ ଥିବା ଲୋକେ ଘରକୁ ଫେରିଛନ୍ତି। ହାଟବଜାର ଗହଳ ଚହଳ ହୋଇ ଉଠିଛି। ନୂଆଁଖାଇ ଉପଲକ୍ଷେ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନିଜ ସୋସିଆଲ ମିଡିଆ ସାଇଟରେ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ। 


COMMERCIAL BREAK
SCROLL TO CONTINUE READING

ନବୀନ ପଟ୍ଟନାୟକ ଲେଖିଛନ୍ତି ଯେ, ସମକୁ ମୋର ନୂଆଁଖାଇ ଜୁହାର। ମା' ସମଲେଶ୍ବରୀଙ୍କ କୃପା ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ। ଜୟ ମା' ସମଲେଇ । 


https://x.com/Naveen_Odisha/status/1832607628901450127?t=pmbWsdrEIZVzva70KCvLpg&s=19