ଭୁବନେଶ୍ୱର: ସାଧାରଣ ନିର୍ବାଚନ - ୨୦୨୪ର ଫଳାଫଳ ଜୁନ ୪ରେ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (BSKY)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି । ରାଜ୍ୟର କିଛି ଘରୋଇ ହସପିଟାଲଗୁଡିକ BSKY କାର୍ଡ ବନ୍ଦ ହୋଇଗଲା କହି ଚିକିତ୍ସା ଯୋଗାଇ ନଦେଇ ରୋଗୀମାନଙ୍କୁ ଫେରାଇ ଦେଉଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟରେ ଅଭିଯୋଗ ଆସୁଛି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।


COMMERCIAL BREAK
SCROLL TO CONTINUE READING

ରୋଗୀ ଓ ରୋଗର କୈାଣସି ଜାତି, ଧର୍ମ ଓ ଦଳ ନାହିଁ । ସାଧାରଣ ନାଗରିକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତ୍ୟେକ ସରକାରଙ୍କ ପ୍ରାଥମିକତା । ସରକାର ପରିବର୍ତ୍ତ ଏକ ନିରନ୍ତର ପ୍ରକ୍ରିୟା । ଏହି ଆଳରେ ଲୋକଙ୍କ ମନରେ ଦ୍ୱନ୍ଦ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଂଚିତ ରଖାଯିବା ହେଉଛି ଏକ ସାମାଜିକ ଏବଂ ବୈଧାନିକ ଅପରାଧ । ଏଭଳି ସାମାଜିକ ଅପରାଧରୁ କ୍ଷାନ୍ତ ରହି ରୋଗୀମାନଙ୍କୁ ଉଯୁକ୍ତ ଏବଂ ଉନ୍ନତମାନର ସେବା ଓଡିଶାବାସୀଙ୍କୁ ଯୋଗାଇ ଦେବା ପାଇଁ କହିବା ସହିତ ପ୍ରଶାସନ ଏଭଳି ମିଥ୍ୟା ଗୁଜବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ବୋଲି ବିଜେପି ମିଡିଆ ସେଲ୍‌ ପକ୍ଷରୁ ସୂଚନା ଦିଆଯାଇଛି ।


Also Read- Shani Jayanti 2024: ଶନି ଜୟନ୍ତୀରେ ଖୋଲିବ ୩ ରାଶିର ଭାଗ୍ୟ, ମିଳିବ ଟଙ୍କା ଏବଂ ସୁଖ