ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।


COMMERCIAL BREAK
SCROLL TO CONTINUE READING

ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ।


Also Read- ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ମନ୍ଦିର ପ୍ରଶାସକଙ୍କୁ ସ୍ମାରକ ପତ୍ର ପ୍ରଦାନ


Also Read- Mumbai DEMU Train Fire: ନିଆଁରେ ଜଳି ପାଉଁଶ ହୋଇଗଲା ଯାତ୍ରୀବାହୀ ଟ୍ରେନ୍ ବଗି