ଭୁବନେଶ୍ଵର: ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗ ହୋଇଥିଲା। ଏନେଇ ପ୍ରତିପକ୍ଷ ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ହାଇକୋର୍ଟରେ ମାମଲା କରିଥିଲେ। ମାମଲାକୁ ଗ୍ରହଣ କରି କୋର୍ଟ ପ୍ରତିପକ୍ଷ ଅରୁଣ ସାହୁଙ୍କୁ ନୋଟିସ ଜାରି କରିଛନ୍ତି। ଆସନ୍ତା ଅଗଷ୍ଟ ୨୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। 


COMMERCIAL BREAK
SCROLL TO CONTINUE READING

ସୂଚନା ଅନୁସାରେ, ଚଳିତବର୍ଷ ହୋଇଥିବା ବିଧାନସଭା ନିର୍ବାଚନରେ ନୟାଗଡ଼ରୁ ନାମାଙ୍କନ ଦାଖଲ କରିଥିଲେ ଅରୁଣ। ହେଲେ ଏହି ନାମାଙ୍କନର ସତ୍ୟପାଠରେ ସେ ତଥ୍ୟ ଲୁଚାଇଥିବା ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। ପ୍ରତିପକ୍ଷ ବିଜେପି ପାର୍ଥି ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କ ପକ୍ଷରୁ ମାମଲା ଦାୟର ହୋଇଥିଲା। ଯାହାକୁ ନେଇ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ତାଙ୍କୁ ନୋଟିସ୍‌ ଜାରି କରାଯାଇଛି।