journalists allowed: ପୂର୍ବ ସରକାରରେ କୋଭିଡ ପରଠୁ ଦୀର୍ଘଦିନ ଧରି ସାମ୍ବାଦିକଙ୍କୁ ଲୋକସେବା ଭବନରେ ପ୍ରବେଶ ନେଇ ପ୍ରତିବନ୍ଧକ ରହିଥିଲା। କିନ୍ତୁ ନୂଆ ସରକାରରେ ପ୍ରତିବନ୍ଧକ ଉଠାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
Trending Photos
ଭୁବନେଶ୍ଵର: ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା। ଲୋକସେବା ଭବନରେ ପ୍ରବେଶ ପାଇଁ ମିଳିଲା ଗ୍ରୀନ ସିଗନାଲ। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସ୍ୱୀକୃତିପ୍ରାପ୍ତ ଓ ଅଣସ୍ୱୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିଛି। ଟିଭି ଓ ଖବରକାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ଅନୁମତି ମିଳିଛି।
ପୂର୍ବ ସରକାରରେ କୋଭିଡ ପରଠୁ ଦୀର୍ଘଦିନ ଧରି ସାମ୍ବାଦିକଙ୍କୁ ଲୋକସେବା ଭବନରେ ପ୍ରବେଶ ନେଇ ପ୍ରତିବନ୍ଧକ ରହିଥିଲା। କିନ୍ତୁ ନୂଆ ସରକାରରେ ପ୍ରତିବନ୍ଧକ ଉଠାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।