ଭୁବନେଶ୍ଵର: ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ। ନୂଆପଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ବିଜୟଙ୍କ ଗାଡ଼ିରୁ ୧ ଲକ୍ଷ ୩୨ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିଲା ଭିଜିଲାନ୍ସ। ଖୋର୍ଦ୍ଧା ମେଡିକାଲ ସାମ୍ନାରେ ଗାଡ଼ି ଅଟକାଇ ଯାଂଚ ହୋଇଥିଲା। ତେବେ ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଏଥିସହ ନୂଆପଡ଼ା ସ୍ଥିତ ତାଙ୍କ ଘର, ଜଗତସିଂହପୁର ସ୍ଥିତ ପୈତୃକ ଘର, ଭୁବନେଶ୍ବର ଶୈଳଶ୍ରୀ ବିହାର ସ୍ଥିତ ଘର, ନୂଆପଡ଼ା ଏମଭିଆଇ ଅଫିସ ଚାମ୍ବରରେ ଏକକାଳୀନ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍। 


COMMERCIAL BREAK
SCROLL TO CONTINUE READING

ସୂଚନାଯୋଗ୍ୟ ଯେ, ଶ୍ରୀ ବେହୁରୀଆ ଏକ ଲକ୍ଷ ୩୨ ହଜାର ଟଙ୍କା ସହ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ। ଧରାପଡ଼ିବା ପରେ ଏମଭିଆଇଙ୍କ ୫ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ। ଧରାପଡ଼ି ଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ବିନୟ। ଉକ୍ତ ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ କରାଯାଉଛି। ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଏମ୍‌ଭିଆଇଙ୍କର ଥିବା ବିଭିନ୍ନ ସ୍ଥାନରେ ରେଡ୍‌ କରିଥିଲା ଭିଜିଲାନ୍ସ।