ଭୁବନେଶ୍ଵର: ଆଜି କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ ଅଫିସର। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଆଜି ସକାଳ ୮ଟାରୁ ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ । ଜରୁରୀସେବାକୁ ବାଦ ଦେଲେ ଅନ୍ୟ ସବୁ କାଯ୍ୟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। 


COMMERCIAL BREAK
SCROLL TO CONTINUE READING

ସଂଘ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରାୟ ୧୫୦୦୦ ନର୍ସିଂ ଅଧିକାରୀ ସେବା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ହେଲେ ସେମାନଙ୍କ ନ୍ୟାଯ୍ୟ ଦାବି ପୂରଣ କରାଯାଉନାହିଁ। ୧୦ ଦଫା ଦାବି ନେଇ ନର୍ସିଂ ଅଧିକାରୀ ସଂଘ ରାଜ୍ୟ ସରକାରଙ୍କୁ ବାରମ୍ବାର ଅବଗତ କରାଇଛନ୍ତି। ଗତମାସରେ ଦାବି ପୂରଣ ପାଇଁ ସଂଘ ଆନ୍ଦୋଳନ କରିଥିଲା ଏବଂ ସେବା ପ୍ରଭାବିତ ହେବାରୁ ସରକାର ଆଲୋଚନାକୁ ଡାକିଥିଲେ।


ଗତ ୨୫ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଥିଲା। ମନ୍ତ୍ରୀ ସଂଘକୁ ମାସେ ମହଲତ ଦେଇଥିଲେ ଏବଂ ମାସେ ମଧ୍ୟରେ ଦାବି ପୂରଣ ଉପରେ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଥିଲେ। ମାତ୍ର ଏପର୍ଯ୍ୟନ୍ତ ସରକାର କୌଣସି ପଦ‌େ‌କ୍ଷପ ଗ୍ରହଣ କରିଲେ ନାହିଁ କିମ୍ବା ସଂଘକୁ ଜଣାଇଲେ ନାହିଁ। ତେଣୁ ବାଧ୍ୟ ହୋଇ ଆସନ୍ତା ୨୫ରୁ ସଂଘ ଆଶୁଚିକିତ୍ସା କେନ୍ଦ୍ର, ଓଟି, ଲେବର ରୁମ ଏବଂ ଆଇସିୟୁ କାର୍ଯ୍ୟକୁ ବାଦ ଦେଇ ଅନ୍ୟ ସବୁ କାର୍ଯ୍ୟ ୨୬ ତାରିଖ ପର୍ଯ୍ୟନ୍ତ ବନ୍ଦ କରିବେ। ଏସବୁ ସତ୍ତ୍ବେ ସରକାର କୌଣସି ପଦ‌େ‌କ୍ଷପ ଗ୍ରହଣ ନକଲେ ୨୭ରୁ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ।