Puri: ପୁରୀରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ
Advertisement
Article Detail0/zeeodisha/odisha1988527

Puri: ପୁରୀରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ

Puri: ପୁରୀ ଗସ୍ତ କରି ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ (5T Chairman V.k Pandian )। ମହାପ୍ରଭୁଙ୍କୁ ଦର୍ଶନ ସାଙ୍ଗକୁ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି 5T ଅଧ୍ୟକ୍ଷ ।

ସୌ(ସୋସିଆଲ ମିଡିଆ)

ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଶନିବାର ସକାଳେ ଶ୍ରୀମନ୍ଦିର ପରିଦର୍ଶନ କରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର (Srimandir Parikrama Project) ସମୀକ୍ଷା କରିଛନ୍ତି । ଏହାସହ ଭକ୍ତଙ୍କ ଲାଗି ସୁବ୍ୟବସ୍ଥିତ ଦର୍ଶନ ବ୍ୟବସ୍ଥା, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ଦିଗରେ ପଦକ୍ଷେପ ନେବା ସହ ମଠ ଗୁଡିକର ପୁନଃରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ସକାଳ ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସେ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି  ଦେଖିବା ସହ ଭକ୍ତଙ୍କ ସହ ଆଲୋଚନା କରିଛନ୍ତି । ଏହି  ଅବସରରେ 5T ଅଧ୍ୟକ୍ଷ ଦୋଳବେଦୀ  ଅଞ୍ଚଳର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନଃରୁଦ୍ଧାର  ସହ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ଚିତ୍ର  କାମ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରିଚିକୋଟ ଛକଠାରୁ ଧାଡ଼ି ଆରମ୍ଭ କରିବା ସହ ସିଂହଦ୍ଵାରଠାରୁ ମରିଚିକୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ ନେଇ କହିଥିଲେ ।

Aslo Read-Jagannath Temple: ବଡଦାଣ୍ତରେ ଭକ୍ତଙ୍କ ପାଇଁ ହେବ ସ୍ବତନ୍ତ୍ର କରିଡ଼ର ବ୍ୟବସ୍ଥା

ଏହା ବ୍ୟତୀତ ମେଘନାଦ ପାଚେରୀ  ନିକଟରେ ସବୁ ଇଲେକ୍ଟ୍ରିକାଲ କାମକୁ ଶୀଘ୍ର ଶେଷ କରିବା ସହ ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପଟେ ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ନେଇ ମଧ୍ଯ ନିର୍ଦ୍ଦେଶ ଦେଇଥିଲେ।