Mini Anganwadi Centre in Odisha: ରାଜ୍ୟର ସମସ୍ତ ୭୫୭୯ ମିନି ଅଙ୍ଗନବାଡ଼ି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରାଯାଇଛି। ଏନେଇ ୫୫ କୋଟି ୨୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବାକୁ ଯାଉଥିବା ବେଳେ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କାର ସହାୟତା ଯୋଗାଇଦେବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନୁମୋଦନ ମିଳିଛି।


COMMERCIAL BREAK
SCROLL TO CONTINUE READING

ଅକ୍ଟୋବର ୧୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଥିବା ସମସ୍ତ ୭୫୭୯ ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି। ଯାହା ଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


ଅଙ୍ଗନବାଡି କେନ୍ଦ୍ର ରାଜ୍ୟରେ କୋମଳମତି ଶିଶୁଙ୍କ ଯତ୍ନ ଏବଂ ପ୍ରାରମ୍ଭିକ ଶିକ୍ଷା ଲାଭ ଲାଗି କାର୍ଯ୍ୟ କରୁଛି। ରାଜ୍ୟର ଏହି ୭୫୭୯ ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ। ଯାହା ମଧ୍ୟରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି। ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଏବଂ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୂକ୍ତ ରହିଛି।