ବିଭିନ୍ନ ସ୍ଥାନରେ ବଜ୍ରପାତରେ ୯ଜଣଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
Advertisement
Article Detail0/zeeodisha/odisha2388989

ବିଭିନ୍ନ ସ୍ଥାନରେ ବଜ୍ରପାତରେ ୯ଜଣଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

Odisha Cm: ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଭିନ୍ନ ସ୍ଥାନରେ ବଜ୍ରପାତରେ ୯ଜଣଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ମୟୁରଭଂଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। 

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି।